Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ଉତ୍କଳ ବିଶ୍ବବିଦ୍ୟାଳୟ ସଂସ୍କୃତ ବିଭାଗରେ ଅଗ୍ନିକାଣ୍ଡ, ଜଳିଗଲା ବହୁ ଗୁତୁତ୍ବପୂର୍ଣ୍ଣ କାଗଜପତ୍ର

6/07/2021 at 3:43 PM

ଭୁବନେଶ୍ବର ୬।୭: ଉତ୍କଳ ବିଶ୍ବବିଦ୍ୟାଳୟର ଅଗ୍ନିକାଣ୍ଡ । ବିଶ୍ବବିଦ୍ୟାଳୟର ସଂସ୍କୃତ ବିଭାଗରେ ଲାଗିଲା ନିଆଁ । ନିଆଁ ଆୟତ୍ତ ପାଇଁ ଅଗ୍ନିଶମ ବାହିନୀର ଉଦ୍ୟମ ଜାରି । ଅଗ୍ନିକାଣ୍ଡ ଫଳରେ ବହୁ ଗୁରୁତ୍ବପୂର୍ଣ୍ଣ ସାମଗ୍ରୀ ଓ ଆସବାବପତ୍ର ଜଳିଯାଇଥିବା ଜଣାପଡିଛି ।

ସୂଚନାଯୋଗ୍ୟ ଯେ, ଶୁକ୍ରବାର ଉତ୍କଳ ବିଶ୍ବବିଦ୍ୟାଳୟର ସଂସ୍କୃତ ବିଭାଗରେ ଅଗ୍ନିକାଣ୍ଡ ହୋଇଛି । ନିଆଁ ଲାଗିବା ଯୋଗୁଁ ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ସହ ଅନେକ ଆସବାବପତ୍ର ପୋଡି ପାଉଁଶ ହୋଇଯାଇଛି । ନିଆଁ ଲାଗିବା ଦେଖି ବିଭାଗରେ ଉପସ୍ଥିତ ଥିବା କର୍ମଚାରୀ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଖବର ପାଇ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିବାରେ ଲାଗିଛନ୍ତି । ତେବେ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ନିଆଁ କେମିତି ଲାଗିଲା ତାର କାରଣ ଖୋଜାଚାଲିଛି ।

   Related Posts