Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ହସ୍ପିଟାଲରେ ଲାଗିଲା ନିଆଁ , ଅଳ୍ପକେ ବର୍ତିଲେ ରୋଗୀ ; ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ପାଉଁଶ

23/11/2020 at 9:20 AM

ବରଗଡ ୨୩।୧୧: ମେଡିକାଲରେ ନିଆଁ । ବରଗଡ଼ ଜିଲ୍ଲା ସଦର ମହକୁମା ହସ୍ପିଟାଲ ଉପର ମହଲା ଶିଶୁ ଓ୍ୱାର୍ଡରେ ନିଆଁ ଲାଗିଛି । ନିଆଁ ଲାଗିବା ଦ୍ୱାରା ମେଡିସିନ, ସାଲାଇନ୍‌, ବେଡ଼ ସହ ହସ୍ପିଟାଲର ବିଭିନ୍ନ ସାମଗ୍ରୀ ଜଳି ପୋଡି ପାଉଁଶ ହୋଇଯାଇଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଜଣାପଡିଛି ।

ଖବର ଅନୁଯାୟୀ, ବିଳମ୍ବିତ ରାତିରେ ହଠାତ୍‌ ସଦର ମହକୁମା ହସ୍ପିଟାଲର ଶିଶୁ ଓ୍ୱାର୍ଡରେ ନିଆଁ ଲାଗିଯାଇଥିଲା । ହସ୍ପିଟାଲରେ ନିଆଁ ଲାଗିଥିବା ଦେଖି କର୍ମଚାରୀମାନେ ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଅଗ୍ନିଶମ  ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ଉଦ୍ୟମ କରିଥିଲା । ଶେଷରେ ଦୀର୍ଘ ୨ରୁ ୩ଘଣ୍ଟାର ପରିଶ୍ରମ ପରେ ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଛି । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ କେଉଁ କାରଣରୁ ନିଆଁ ଲାଗିଲା , ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି । ଅଗ୍ନିକାଣ୍ଡ ଦ୍ୱାରା ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ପାଉଁଶ ହୋଇଯାଇଛି ।

   Related Posts