Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା ଘର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ

14/03/2020 at 2:01 PM

ଖୋର୍ଦ୍ଧା ୧।୩: ଖୋର୍ଦ୍ଧା ଜିଲ୍ଲା ଓଳସିଂହ ଗ୍ରାମ ବଜାର ସାହିରେ ଅଗ୍ନିକାଣ୍ଡ ଘଟି ଜଳିଗଲା ଦୁଇଟି ପରିବାରର ୪ ବଖରା ଘର ସହ ମୂଲ୍ୟବାନ ଟଙ୍କାର ସମ୍ପତ୍ତି । ଶୁକ୍ରବାର ବିଳମ୍ବିତ ରାତିରେ ଉକ୍ତ ଗ୍ରାମର ରବି ନାରାୟଣ ପୃଷ୍ଟି ଏବଂ ଦୁଃଖୀଶ୍ୟାମ ତ୍ରିପାଠୀଙ୍କ ଘରେ ଅଗ୍ନିକାଣ୍ଡ ଘଟିଥିଲା । ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ଅଗ୍ନି ବିପନ୍ନଙ୍କୁ ସହାୟତା ଯୋଗାଇ ଦେବା ପାଇଁ ଦାବି ହୋଇଛି ।

ସେହିପରି ଜଟଣୀ ଥାନା ଅନ୍ତର୍ଗତ ଓଗାଳପଡା ଛକ ନିକଟରେ ଥିବା ଏକ କୋରିଅର ଗୋଦାମରେ ଶୁକ୍ରବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ପ୍ରାୟ ଏକ କୋଟି ଟଙ୍କାର ସମ୍ପତ୍ତି ପୋଡି ଯାଇଥିବା ଜଣାପଡିଛି । ଖବର ପାଇ ଜଟଣୀ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ବେଳେ ସର୍ଟ ସର୍କିଟ୍ କାରଣରୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି ।

   Related Posts