ଆଜି ଝାଡ଼ଖଣ୍ଡରେ ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ: ୬ଟି ଜିଲ୍ଲାର ୧୩ଟି ନିର୍ବାଚନ ମଣ୍ଡଳୀରେ ମତଦାନ ଜାରି

Published By : Prameya-News7 Bureau | November 30, 2019 IST

ରାଞ୍ଚି ୩୦।୧୧: ଆଜି ଝାଡ଼ଖଣ୍ଡରେ ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ । ମତଦାନ ଲାଗି ସମସ୍ତ ବୁଥରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।

{"id":191845,"sizeSlug":"large"}

ସୂଚନାଯୋଗ୍ୟ ଯେ, ଝାଡ଼ଖଣ୍ଡରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ୬ଟି ଜିଲ୍ଲାର ୧୩ଟି ନିର୍ବାଚନ ମଣ୍ଡଳୀରେ ମତଦାନ । ସକାଳ ୭ଟାରୁ ଅପରାହ୍ଣ ୩ଟା ପର୍ଯ୍ୟନ୍ତ ଭୋଟିଂ ହେବ । ୧୮୯ ଜଣ ପ୍ରାର୍ଥୀଙ୍କର ରାଜନୈତିକ ଭାଗ୍ୟ ନିର୍ଦ୍ଧାରଣ କରିବେ ପ୍ରାୟ ୩୭ଲକ୍ଷ ୮୩ହଜାର ଭୋଟର । ମତଦାନ ପାଇଁ ପ୍ରତ୍ୟେକ ଭୋଟ୍‍ ଗ୍ରହଣ କେନ୍ଦ୍ରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ସେପଟେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ ଶୁକ୍ରବାର ସନ୍ଧ୍ୟାରେ ଶେଷ ହୋଇଛି। ଆଜି ପ୍ରାର୍ଥୀପତ୍ରଗୁଡ଼ିକୁ ଯାଞ୍ଚ୍‍ କରାଯିବ ଓ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ ସୋମବାର ରହିଛି। ଏହି ପର୍ଯ୍ୟାୟ ପାଇଁ ଡିସେମ୍ବର ୧୬ ତାରିଖରେ ୪ଟି ଜିଲ୍ଲାର ୧୫ଟି ନିର୍ବାଚନ ମଣ୍ଡଳୀରେ ମତଦାନ ହେବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.