Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ପୁରୀ ହାଜତ ମୃତ୍ୟୁ ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ
  • ||
  • ଯୋଜନାବଦ୍ଧ ଲୁଟ୍ : ସାଙ୍ଗଙ୍କୁ ଲଗାଇ ଡକାୟତି କରାଇଥିଲା IIFL କର୍ମଚାରୀ ଲାଲା ଅମ୍ରିତ ରାୟ
  • ||
  • ଅଭିନେତା ଆଶିଷ ରାୟଙ୍କ ପରଲୋକ
  • ||
  • ବାତ୍ୟା ‘ନିଭାର୍’ ପ୍ରଭାବରେ ଚେନ୍ନାଇରେ ବର୍ଷା
  • ||
  • ନବରଙ୍ଗପୁର : ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍, ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୭୧ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୬୪୨ କରୋନା ସଂକ୍ରମିତ, ୩୧୫୨୭୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଆସୁଛି ବାତ୍ୟା ‘ନିଭାର୍’: ୨୫ରୁ ପ୍ରବଳ ବର୍ଷା, ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ
  • ||

ମୁଣ୍ଡଳୀରେ ପହଞ୍ଚିଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

28/06/2020 at 9:17 AM

କଟକ ୨୮।୦୬: ମୁଣ୍ଡଳୀରେ ପହଞ୍ଚିଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ। ହୀରାକୁଦ ଜଳଭଣ୍ଡାରର ୧୫ଟି ଗେଟ୍‌ ଖୋଲାଯିବା ପରେ ମହାନଦୀରେ ନିଷ୍କାସିତ ହୋଇଥିବା ପାଣି ଏବେ ମୁଣ୍ଡଳୀରେ ପହଞ୍ଚିଛି । ଗୁରୁବାର ଦିନ ହୀରକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ଜଳ ନିଷ୍କାସିତ କରାଯାଇଛି ।

ସୂଚନାଯୋଗ୍ୟ ଯେ, ଆଜି ମୁଣ୍ଡଳୀର ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛଡାଯାଇଛି । ଆଜି ସକାଳ ୯ଟା ସୁଦ୍ଧା ମୁଣ୍ଡଳୀରେ ପ୍ରତି ସେକେଣ୍ଡରେ ୧ ଲକ୍ଷ ୭୨ ହଜାର କ୍ୟୁସେକ ଜଳ ପ୍ରବାହିତ ହେଉଛି । ମୁଣ୍ଡଳୀ ବ୍ୟାରେଜର ଉପମୁଣ୍ଡରେ ଜଳସ୍ତର ୮୧.୫୦ ଫୁଟ୍ ଓ ତଳମୁଣ୍ଡରେ ୭୮.୫୦ ଫୁଟ ରହିଛି । ଏଠାରେ ବିପଦ ସଙ୍କେତ ରହିଛି ୯୭ ଫୁଟ୍ । ତେବେ ନିଷ୍କାସିତ ଜଳର ପରିମାଣ ବହୁତ କମ ଥିବାରୁ ଏବଂ ମହାନଦୀ ଶୁଖିଲା ଥିବାରୁ ଏହାର ସେମିତି କୌଣସି ପ୍ରଭାବ ଦେଖାଯିବ ନାହିଁ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି ।

   Related Posts