Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୫୪୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଡିସେମ୍ବର ୩୧ପୂର୍ବରୁ ବସିବ ବିଧାନସଭାର ଶୀତ ଅଧିବେଶନ
  • ||
  • କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ୨୪ଘଣ୍ଟାରେ ୪୩୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ
  • ||
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||

ବୋଟ୍‌ରୁ ଖସିପଡି ମତ୍ସ୍ୟଜୀବୀ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

8/10/2020 at 10:21 AM

ମହାକାଳପଡା ୮।୧୦: ବୋଟରୁ ଖସି ପଡି ଜଣେ ମତ୍ସ୍ୟଜୀବୀ ନିଖୋଜ ହୋଇଛନ୍ତି । କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ବ୍ଲକ୍ ଖରନାସୀ ଜେଟିରେ ଘଟିଛି ଏଭଳି ଅଘଟଣ ।

ସୂଚନାଯୋଗ୍ୟ ଯେ, କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ବ୍ଲକ୍ ଖରନାସୀ ଜେଟିରେ ମାଛ ଧରିବାକୁ ବୋଟ୍ ନେଇ କିଛି ମତ୍ସ୍ୟଜୀବୀ ଯାଇଥିଲେ । ସେହି ସମୟରେ ବୋଟରୁ ଜଣେ ମତ୍ସ୍ୟଜୀବୀ ବୋଟ୍ ରୁ ଖସିପଡିଥିଲେ । ଫଳରେ ମତ୍ସ୍ୟଜୀବୀ ନିଖୋଜ ହୋଇଛନ୍ତି ।

ନିଖୋଜ ମତ୍ସ୍ୟଜୀବୀଙ୍କ ପରିଚୟ ମିଳିପାରିନାହିଁ । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଦ୍ବାରା ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

   Related Posts