ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି

Published By : Prameya-News7 Bureau | January 24, 2022 IST

ଭୁବନେଶ୍ୱର ୨୩।୦୧: ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୨୯୧ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

wp:html /wp:html

ମୃତକଙ୍କ ମଧ୍ୟରୁ ବାଲେଶ୍ୱର, ଖୋର୍ଦ୍ଧା, କଟକ, କେନ୍ଦୁଝର, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୧୧୯୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୧୭୬୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୧୨୧୬୦୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୭୧୯୩୮୫୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.