Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶିଖର ସେନାର ଲଙ୍କା ବିଜୟ, ପ୍ରଥମ ଟି-୨୦ରେ ୩୮ ରନ୍‌ରେ ଜିତିଲା ଭାରତ
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୨୧୦୮ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୪୩୨ ଡିସଚାର୍ଜ
  • ||
  • ଟୋକିଓ ଅଲିମ୍ପିକ୍ସ : ଭାରତୀୟ ହକି ଟିମର ପରାଜୟ, ୧-୭ ଗୋଲରେ ଜିତିଲା ଅଷ୍ଟ୍ରେଲିଆ
  • ||
  • ହାଇଦରକୁ ଏନକାଉଣ୍ଟର ବେଳେ ବାଜିଥିଲା ୩ ଗୁଳି କିନ୍ତୁ ଶରୀରରୁ ବାହାରିଲା ୪ଟି ଗୁଳି, ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର ହେଲା ମୃତ ଦେହ
  • ||
  • ଭୁଶୁଡିଲା ସ୍ମାର୍ଟ ପୋଖରୀର ସ୍ମାର୍ଟ ପାଚେରୀ, ନିର୍ମାଣ ସରିବା ପରେ ୭ ଦିନ ବି ଗଲାନି
  • ||
  • ବିଦ୍ୟୁତ ଆଘାତରେ ଟଳିପଡିଲେ ଅସ୍ଥାୟୀ କର୍ମଚାରୀ, ମୃତଦେହ ରଖି ରାସ୍ତାରୋକ କଲେ ସ୍ଥାନୀୟ ଲୋକେ
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୭ ଜଣଙ୍କ ଜୀବନ
  • ||
  • କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୮୩୩ କରୋନା ପଜିଟିଭ୍
  • ||
  • ବିଜେଡିର ମିଶ୍ରଣ ପର୍ବ, ଦଳରେ ସାମିଲ ହେଲେ ଜିଲ୍ଲା ପରିଷଦ ସଭ୍ୟ ଓ ବିଜେପି କର୍ମୀ
  • ||
  • ଦାନା ବାନ୍ଧୁଛି ଲଘୁଚାପ, ୨୭ରୁ ୨୯ ଯାଏଁ ଛେଚିବ ବର୍ଷା
  • ||

୨୦ ପଜିଟିଭ୍ ଚିହ୍ନଟ ପରେ ପଦକ୍ଷେପ, ୫ଦିନ ପାଇଁ ୨ଟି ଗାଁକୁ ସଟ୍‌ଡାଉନ୍‌ କଲେ ସରପଞ୍ଚ

28/07/2020 at 2:45 PM

ବାଂଶପାଳ ୨୮।୦୭:  କରୋନା ସଂକ୍ରମଣ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି । ଯାହାକୁ ଦୃଷ୍ଟିରେ ରଖି ସରକାର ଓ ସ୍ଥାନୀୟ ପ୍ରଶାସନ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି । କରୋନା ସଂକ୍ରମଣ ଚେନ୍‌ ଭାଙ୍ଗିବା ପାଇଁ ଲକ୍‌ଡାଉନ୍‌ କିମ୍ବା ସଟ୍‌ଡାଉନ୍‌ ଘୋଷଣା କରାଯାଉଛି । ଏହିପ୍ରରିପେକ୍ଷୀରେ କେନ୍ଦୁଝର ଜିଲ୍ଲା ବାଶପାଳ ବ୍ଲକ ସିଂପୁର ପଞ୍ଚାୟତର କୁଶକଳା ଓ ଜମ୍ବିରିପଶି ଗାଁକୁ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି । ଦୁଇଟି ଗାଁକୁ ୫ଦିନ ପାଇଁ ସଟ୍‌ଡାଉନ୍‌ ଘୋଷଣା କରିଛନ୍ତି ସରପଞ୍ଚ ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ଗତକିଛିଦିନ ହେଲା ହଜାର ହଜାର କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି ।.ଏହିପରି ଭାବେ ଆଜି କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ ସିଂପୁର ପଞ୍ଚାୟତର କୁଶକଳା ଓ ଜମ୍ୱିରିପଶି ଗାଁରୁ ୨୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏତେ ସଂଖ୍ୟକ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ସଂକ୍ରମଣ ବ୍ୟାପିବା ଆଶଙ୍କା କରି ତୁରନ୍ତ ପଦକ୍ଷେପ ନେଇଛନ୍ତି ସ୍ଥାନୀୟ ସରପଞ୍ଚ । ଜିଲ୍ଲାପାଳଙ୍କ କ୍ଷମତାପ୍ରୟୋଗ କରି ପଞ୍ଚାୟତର ଦୁଇଟି ଗାଁକୁ ୫ଦିନ ପାଇଁ ସଟ୍‌ଡାଉନ୍‌ ଘୋଷଣା କରିଛନ୍ତି ସରପଞ୍ଚ ।

ତେବେ ସଟ୍‌ଡାଉନ୍‌ ସମୟରେ ଜରୁରୀ କାଳିନ ସେବାକୁ ଅନୁମତି ଦିଆଯାଇଛି । ଏହାଛଡା ଅନ୍ୟ ସବୁ ଦୋକାନ ବଜାର ବନ୍ଦ ରଖିବାକୁ ନିର୍ଦେଶ ଦିଆଯାଇଛି। ଜନସାଧାରଣଙ୍କୁ ଏହି ସମୟରେ ସହଯୋଗ କରିବା ପାଇଁ ଅପିଲ୍‌ କରାଯାଇଛି । ଯଦି କେହି ନିୟମ ଭାଙ୍ଗନ୍ତି କିମ୍ବା କଟକଣାରୁ ନମାନି କୋଭିଡ ନିୟମ ଭାଙ୍ଗନ୍ତି, ତେବେ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ।

   Related Posts