LIVE TV

ବିଧାନସଭା ପରିସରରେ ସୁରକ୍ଷା ଯାଞ୍ଚ କଲେ ପୋଲିସ କମିଶନର, ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା

NEWS7
five-die-of-asphyxiation-inside-latrine-tank-in-rayagada

ଭୁବନେଶ୍ବର ୨୫।୧୧: ଆସନ୍ତା ୨୭ ତାରିଖ ଠାରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ଶୀତକାଳୀନ ଅଧିବେଶନ । ଏଥିପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଏଥର ବିଧାନସଭା ଅଧିବେଶନରେ ଉଦବୋଧନ ଦେବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏ ନେଇ ବ୍ଲୁବୁକ୍ ଗାଇଡ଼ ଲାଇନ ମୁତାବକ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ପୋଲିସ କମିଶନର ଏସ୍ ଦେବଦତ୍ତ ସିଂ ଏ ନେଇ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି ।

ଅଧିବେଶନ ସମୟରେ ୩ ଥାକିଆ ସୁରକ୍ଷା ବ୍ୟବସ୍ଥା ରହିବ । ଏଥିପାଇଁ ୩୩ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ କରାଯିବା ସହ ଷ୍ଟ୍ରାଇକିଂ ଫୋର୍ସ, ଏସ୍ଟିୟୁ, ବୋମା ନିଷ୍କ୍ରିୟକାରୀ ଦଳ, ଡଗ୍ ସ୍ପାଇଡ୍ ଓ ଅଗ୍ନିଶମ ବିଭାଗ ମଧ୍ୟ ଦାୟିତ୍ଵରେ ରହିବେ । ଡିସିପି ସୁରକ୍ଷା ତଦାରଖ ଦାୟିତ୍ବରେ ଥିବାବେଳେ ତାଙ୍କ ଅଧୀନରେ ୭ ଜଣ ଅତିରିକ୍ତ ଡିସିପି, ୨୩ ଜଣ ଏସିପି, ୨୬ ଜଣ ଇନ୍ସପେକ୍ଟର, ୮୮ ଜଣ ଏସଆଇ ଓ ଏଏସଆଇ ଦାୟିତ୍ୱରେ ରହିବେ ।

ସେହିପରି ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ ବିଭିନ୍ନ ସ୍ଥାନରେ ସିଟିଟିଭି ଖଞ୍ଜା ଯାଇଛି । ୫ଟି ଅସ୍ଥାୟୀ ପୋଲିସ କଣ୍ଟ୍ରୋଲ୍ ରୁମ୍ ମଧ୍ୟ ଖୋଲାଯାଇଛି । କଣ୍ଟ୍ରୋଲ୍ ରୁମ୍ରେ ପ୍ରତିଟି ଦିଗ ଉପରେ ନଜର ରଖାଯାଇ ସ୍ଥିତି ନିୟନ୍ତ୍ରଣ କରାଯିବ । ୨୨୫ ଅଧିକାରୀ ଦାୟିତ୍ଵରେ ରହି ସ୍ଥିତି ଉପରେ ନଜର ରଖିବ । ଅଧିବେଶନ ଆରମ୍ଭ ପୂର୍ବରୁ ଏବେଠାରୁ ବିଧାନସଭା ଓ ଆଖପାଖ ଅଞ୍ଚଳକୁ ପୋଲିସ ଛାଉଣୀ କରାଯିବା ସହ ବ୍ୟାରିକେଡିଂ କରାଯାଇଛି ।

ତ୍ରିସ୍ତରୀୟ ସୁରକ୍ଷା ବଳୟ ଭିତରେ ରହିବ ବିଧାନସଭା । ଲୋୟର ପିଏମ୍ଜିରେ ୧୪୪ ଧାରା ଜାରି କରାଯିବ । ସିସିଟିଭି ସର୍ଭେଲାନ୍ସ ଦ୍ବାରା ବିଧାନସଭା ଓ ତାକୁ ଲାଗି ରହିଥିବା ସଂଲଗ୍ନ ସ୍ଥାନଗୁଡିକୁ ରଖାଯିବ । ଏହା ସହିତ ସମ୍ପୂର୍ଣ୍ଣ ପୋଲିସ ପ୍ରଶାସନର କଡ଼ା ନଜରରେ ରହିବ ବିଧାନସଭା ।