Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ବିଦ୍ୟୁତ ସଟ୍ ସର୍କିଟ୍‌ରୁ ଅଗ୍ନିକାଣ୍ଡ, ଜଳିଗଲା ୫ବଖରା ଘର ସହ ଲକ୍ଷାଧିକ ଟଙ୍କାର ଆସବାବପତ୍ର

3/05/2021 at 3:31 PM

ଭଦ୍ରକ ୩।୫: ଭୟାବହ ଅଗ୍ନିକାଣ୍ଡ । ନିଆଁରେ ଜଳିଗଲା ୫ ବଖରା ଘର ସହ ଲକ୍ଷାଧିକ ଟଙ୍କାର ଆସବାବପତ୍ର ଓ ସାମଗ୍ରୀ ପୋଡି ପାଉଁଶ ହୋଇଗଲା ।

ସୂଚନାଯୋଗ୍ୟ ଯେ, ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ୍ ସରସଦା ପଞ୍ଚାୟତ ଜେନା ସାହିରେ ଅଗ୍ନିକାଣ୍ଡ ହୋଇଛି । ବିଦ୍ୟୁତ୍ ସଟ୍ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ସନ୍ଦେହ କରାଯାଉଛି । ତେବେ ସାହିର ନୃସିଂହ  ଜେନା ଓ ଶତ୍ରୁଘ୍ନ  ଜେନାଙ୍କ ଘରେ ଅଗ୍ନିକାଣ୍ଡ ହୋଇଥିବା ଜଣାପଡିଛି । ସ୍ଥାନୀୟ ଲୋକେ ନିଆଁ ଲିଭାଇବା ପାଇଁ ଚେଷ୍ଟା କରିବା ସହ ଭଣ୍ଡାରିପୋଖରୀ ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଛି । ଅଗ୍ନିକାଣ୍ଡରେ ଦୁଇ ପରିବାରର ୫ ବଖରା ଘର ଭସ୍ମୀଭୂତ ହୋଇଥିବା ବେଳେ ଲକ୍ଷାଧିକ ଟଙ୍କାର ଆସବାବପତ୍ର, ଟଙ୍କା, ଚାଉଳ ସବୁ ପୋଡି ପାଉଁଶ ହୋଇଯାଇଛି । ଅତ୍ୟନ୍ତ ଗରିବ ହୋଇଥିବାରୁ ସରକାରୀ ସହାୟତା ପାଇଁ ଗାଁ ଲୋକେ ଦାବି କରିଛନ୍ତି ।

   Related Posts