Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଶ୍ଵସ୍ତି: କମୁଛି କରୋନା ପ୍ରଭାବ, ୨୪ ଘଣ୍ଟାରେ ଆରୋଗ୍ୟ ହେଲେ ୮୦୯ ସଂକ୍ରମିତ
  • ||
  • ଡିସେମ୍ବର-ଜାନୁଆରୀ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ: ଭୁବନେଶ୍ବର ଷ୍ଟେସନ ଓ ଏୟାରପୋର୍ଟରେ କରିପାରିବେ କୋଭିଡ୍‌ ଟେଷ୍ଟ
  • ||
  • ପରୀ ବାପା-ମା’ଙ୍କୁ ଭେଟିଲେ ବିଜେପି ଟିମ୍, ସିବିଆଇ ତଦନ୍ତ ଦାବି
  • ||
  • ରାଉରକେଲା : ଚଳନ୍ତା ଟ୍ରେନ୍‌ର ଟୟଲେଟ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଯୁବକ ଗିରଫ
  • ||
  • କଟକ : ପୁଣି ଏକ ନକଲି ଘିଅ କମ୍ପାନୀରେ ଚଢାଉ, କୋଟିଏ ଟଙ୍କାର ଅପମିଶ୍ରିତ ସାମଗ୍ରୀ ଜବତ
  • ||
  • ପ୍ରେମ: ସେୟାର ଚାଟ୍‌ରୁ ଆରମ୍ଭ ଫେସବୁକରେ ଶେଷ, ସୋସିଆଲ ମିଡିଆରେ ପ୍ରେମିକାଙ୍କ ଅଶ୍ଲୀଳ ଫଟୋ ପୋଷ୍ଟ କଲେ ପ୍ରେମିକ
  • ||
  • ନୂଆପଡା : ମେଡିକାଲରେ ଚାକିରୀ ଦେବାକୁ କହି ଠକୁଥିଲା ଯୁବକ, ଗିରଫ କଲା ପୋଲିସ
  • ||
  • ସମ୍ବଲପୁର : ଦନ୍ତା ହାତୀର ମୃତଦେହ ଠାବ, ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମୃତ୍ୟୁ ଅଭିଯୋଗ
  • ||
  • ଗଞ୍ଜାମ : ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ବିଜେପି ଓ କଂଗ୍ରେସ ପକ୍ଷରୁ ଏତଲା
  • ||
  • ପୁରୀ : ଅନଲାଇନରେ ନିର୍ମାଲ୍ୟ ବିକ୍ରି କରିବା ନେଇ ସିଂହଦ୍ବାର ଥାନାରେ ଆମାଜନ ଇଣ୍ଡିଆ ବିରୋଧରେ ସେବାୟତଙ୍କ ଏତଲା
  • ||

କଟକ ବଡ଼ ଡାକ୍ତରଖାନାରେ କରୋନା ଓ୍ବାର୍ଡ: ଏବେ ୫୦୦ ବେଡ୍‌, ଆଗକୁ ବଢ଼ିବ ଆଉ ୨୦୦

26/03/2020 at 9:03 PM

କଟକ୨୬/୩: କରୋନା ରୋଗୀଙ୍କ ଚିକିତ୍ସା ପାଇଁ କଟକ ଏସସିବି ମେଡିକାଲ କଲେଜରେ ଏବେ ୫ଶହ ଶଯ୍ୟା ବିଶିଷ୍ଟ ସ୍ବତନ୍ତ୍ର କରୋନା ଓ୍ବାର୍ଡ଼ ପ୍ରସ୍ତୁତ କରାଯାଇଛି। ଆଉ ୨ଶହ ବେଡ୍‌ ବଢ଼ାଇବାକୁ ଯୋଜନା ହେଉଛି ।ଏହା ସହ ସହରର କିଛି ବେସରକାରୀ ମେଡିକାଲ ଓ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଗୁଡିକରେ ମଧ୍ୟ କୋଭିଡ-୧୯ ଆକ୍ରାନ୍ତ ବା ସନ୍ଦିଗ୍ଧଙ୍କ ଚିକିତ୍ସା ବ୍ୟବସ୍ଥା କରାଯାଉଛି। କଟକ ଜିଲ୍ଲାପାଳ ଏହି ସୂଚନା ଦେଇଛନ୍ତି । ଏଥିସହ  ପ୍ରାଥମିକ ପର୍ଯ୍ୟାୟରେ ଏକାସାଙ୍ଗେ ୨ ହଜାର ଆକ୍ରାନ୍ତ ଙ୍କ ଚିକିତ୍ସା ବ୍ୟବସ୍ଥା କରାଯାଉଥିବା ସେ ପ୍ରକାଶ କରିଛନ୍ତି ।

ଅନ୍ୟପଟେ ଭୁବନେଶ୍ବର ଥିବା ଦୁଇଟି ଘରୋଇ ହସ୍ପିଟାଲ କରୋନା ମୁକାବିଲା ଅଭିଯାନରେ ସାମିଲ ହୋଇଛନ୍ତି। ଏଥିପାଇଁ ରାଜ୍ୟ ସରକାର ତ୍ରୀପାକ୍ଷିକ ଚୁକ୍ତି କରିଛନ୍ତି। ସମ୍‌ ଏବଂ କିମ୍ସ ହସ୍ପିଟାଲରେ କରୋନା ଚିକିିତ୍ସା ବ୍ୟବସ୍ଥା ସହ ମୋଟ ଏକ ହଜାର ବେଡ୍ ପାଇଁ ଯୋଜନା କରାଯାଇଛି। ୧୫ ଦିନ ମଧ୍ୟରେ କାର୍ଯ୍ୟକାରୀ ହେବାକୁ ଥିବା ଏହି ବ୍ୟବସ୍ଥା ସମ୍ପୂର୍ଣ୍ଣ ହେଲେ, ଏହା ଦେଶରେ ଅନ୍ୟତମ ବୃହତ୍ କରୋନା ମେଡିକାଲ ହେବ।

   Related Posts