ରାସ୍ତାରେ ଠିଆ ହୋଇଥିବା ଟ୍ରକ୍‌କୁ ପଛରୁ ଧକ୍କା ଦେଲା ବସ୍, ୫ ଯାତ୍ରୀ ଗୁରୁତର

Published By : Prameya-News7 Bureau | January 19, 2021 IST

ସୋର ୧୯।୧: ଟ୍ରକ୍‌କୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣା ଫଳରେ ବସ୍‌ରେ ଥିବା ୫ ଜଣ ଯାତ୍ରୀ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ସୋର ମେଡିକାଲରେ ଭର୍ତ୍ତି କରାଯାଇଛି ।

{"id":394563,"sizeSlug":"large","linkDestination":"none"}

ସୂଚନାଯୋଗ୍ୟ ଯେ, ବାଲେଶ୍ବର ଜିଲ୍ଲା ୧୬ନଂ ଜାତୀୟ ରାଜପଥ ଛପୋଲିଆ ନିକଟରେ ରାସ୍ତା ଉପରେ ଠିଆ ହୋଇଥିବା ଟ୍ରକ୍ ପଛରୁ ଧକ୍କା ଦେଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣା ଫଳରେ ବସ୍‌ରେ ଥିବା ୫ ଜଣ ଯାତ୍ରୀ ଗୁରୁତର ହୋଇଛନ୍ତି । ବାଲେଶ୍ବରରୁ ଭୁବନେଶ୍ବରକୁ ଯାଉଥିବା ‘ସୁଭଦ୍ରା’ ନାମକ ବସ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଛି ।

{"id":394564,"sizeSlug":"large","linkDestination":"none"}

ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ସମସ୍ତ ଗୁରୁତର ଯାତ୍ରୀଙ୍କୁ ଚିକିତ୍ସା ପାଇଁ ସୋର ଡାକ୍ତରଖାନାରେ ଭର୍ତ୍ତି କରିଛି । ଦୁର୍ଘଟଣା ପରେ କିଛି ସମୟ ପାଇଁ ସେହି ରାସ୍ତା ଦେଇ ଯାତାୟତ ବାଧାପ୍ରାପ୍ତ ହୋଇଥିଲା । ଦୁର୍ଘଟଣାଗ୍ରସ୍ତ ଗାଡି ଦୁଇଟିକୁ ପୋଲିସ ରାସ୍ତା ଉପରୁ ହଟାଇବା ପରେ ଗାଡି ଚଳାଚଳ ସ୍ବାଭାବିକ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.