Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ହାତ ଟେକିଦେଲେ ବାଚସ୍ପତି, କହିଲେ- ଯଦି ସବୁ ସଦସ୍ୟ ଗୃହ ଚଲାଇବାକୁ ପ୍ରସ୍ତୁତ ନୁହଁନ୍ତି, ତେବେ ମୁଁ କ’ଣ କରିବି ?
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ପ୍ରସଙ୍ଗ : ଆସନ୍ତା ୧୦ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍, ୧୦୪ ବର୍ଷରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
  • ||
  • ଭୁବନେଶ୍ବର : ରିପୋର୍ଟ ଆସିବା ପରେ ନିୟମ ଅନୁସାରେ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ : ମନ୍ତ୍ରୀ ସୁଦାମ ମାରାଣ୍ଡି
  • ||
  • ଭୁବନେଶ୍ବର : ବିଡିଏ ଫେରାଇବ ସର୍ବକ୍ଷମା ଯୋଜନାର ଅଧିକ ଫାଇନ୍, ଆବେଦନର ଶେଷ ତାରିଖ ୧୦ ଡିସେମ୍ବର
  • ||
  • ଖୋର୍ଦ୍ଧା : ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ, ବିଲ୍ କରାଇ ଦେବାକୁ ଠିକାଦାରଙ୍କଠୁ ନେଉଥିଲେ ୧୦ ହଜାର
  • ||
  • ଟିଟିଲାଗଡ : ପୁରୀ-ଅଜମେର ଟ୍ରେନ୍‌ରେ ନିଆଁ, ଟ୍ରାକ୍‌ରେ ବ୍ରେକ୍ ଘସି ହୋଇ ଧୂଆଁ ବାହାରୁଥିଲା
  • ||
  • ରୋହିଙ୍ଗ୍ୟା ବିରୋଧୀ ହିଂସା ପାଇଁ ଫେସବୁକ ଦାୟୀ ! ୧୫୦ ବିଲିୟନ ପାଉଣ୍ଡର କ୍ଷତିପୂରଣ ଦେବାକୁ ମାମଲା
  • ||
  • କଳାହାଣ୍ଡି : ଇଚ୍ଛା ମୃତ୍ୟୁ ଆବେଦନକାରୀଙ୍କୁ ସାହା ହେଲା BSKY, ଯୋଜନାରେ ଆରମ୍ଭ ହେଲା ଚିକିତ୍ସା
  • ||
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||

ଗାଈ ବିଲରେ ପଶି ଧାନ ଖାଇଗଲା, କଥା କଟାକଟିରୁ ପଡ଼ୋଶୀ ହେଲେ ହାତାହାତି, ଉଭୟ ପକ୍ଷରୁ ଡାକ୍ତରଖାନାରେ ୫ ଜଣ

15/10/2021 at 5:17 PM

ଯାଜପୁର ୧୫।୧୦: ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ଜହ୍ନକଣା ଗ୍ରାମରେ ଗୋଷ୍ଠୀ ସଂଘର୍ଷ । ଏଥିରେ ଉଭୟ ପକ୍ଷରୁ ୫ ଜଣ ଆହତ ହୋଇଛନ୍ତି । ଆହତମାନଙ୍କୁ ଚିକିତ୍ସା ପାଇଁ ଯାଜପୁର ରୋଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି ।

ସୂଚନାଯୋଗ୍ୟ ଯେ, ଗତ ୧୩ ତାରିଖ ଦିନ ଏହି ଗ୍ରାମର ଅନାଦି ବିଶ୍ବାଳଙ୍କ ଏକ ଗାଈ ପଡୋଶୀ ପ୍ରତାପ ମହାପାତ୍ରଙ୍କ ଧାନ ବିଲରେ ପଶି ଫସଲ ଖାଇ ଦେଇଥିଲା । ପରେ ଏହାକୁ କେନ୍ଦ୍ରକରି ଉଭୟ ପରିବାର ମଧ୍ୟରେ ଝଗଡ଼ା ହୋଇଥିଲା । ଏହାକୁ ନେଇ ଅନାଦି ପ୍ରତାପଙ୍କ ପରିବାର ବିରୋଧରେ ଥାନାରେ ଅଭିଯୋଗ କରିଥିଲେ । ତେବେ ଏହାକୁ କେନ୍ଦ୍ରକରି ଶୁକ୍ରବାର ପୁଣି ଉଭୟ ପରିବାର ମଧ୍ୟରେ ଝଗଡ଼ା ହେବା ସହ ଗୋଷ୍ଠୀ ସଂଘର୍ଷ ହୋଇଛି । ଏଥିରେ ଉଭୟ ପରିବାରରୁ ୫ ଜଣ ଆହତ ହୋଇଛନ୍ତି । ଆହତ ବ୍ୟକ୍ତିମାନଙ୍କୁ ଚିକିତ୍ସା ପାଇଁ ଯାଜପୁର ରୋଡ୍ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ବେଳେ ଗୁରୁତର ଅନାଦିଙ୍କୁ ଅଧିକ ଚିକିତ୍ସା ପାଇଁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ସେପଟେ ଖବର ପାଇ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

   Related Posts