Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୧୦ ମୃତ
  • ||
  • ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୦୮୬ କୋଭିଡ୍ ପଜିଟିଭ୍, ୧୧୫୫୪୮୭ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ ଖସୁନି କରୋନା ଗ୍ରାଫ୍, ଆଉ ୬ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ସରିଲା ହାସ୍ୟ ଅଭିନେତା ପ୍ରଜ୍ଞାଙ୍କ ନିର୍ବନ୍ଧ, ସୋସିଆଲ ମିଡିଆରେ ରିଙ୍ଗ୍ ସେରିମନି ଫଟୋ ଭାଇରାଲ
  • ||
  • ଗାଡି ପାର୍ଟସ ଦୋକାନରୁ ଲୁଟ୍, ବନ୍ଧୁକ ଦେଖାଇ ନେଇଗଲେ ଟଙ୍କା
  • ||
  • ଅଜଗରକୁ ଗିଳିଲା ଅହିରାଜ, ସାତକୋଶିଆରେ ବିରଳ ଘଟଣା !
  • ||
  • ଭାରସାମ୍ୟ ହରାଇ ବାଇକ ଦୁର୍ଘଟଣାଗ୍ରସ୍ତ, ୨ ଆରୋହୀ ମୃତ
  • ||
  • ଜାନୁଆରୀ ୨୦ରୁ ହଜିଯିବ ଶୀତ, ୨୩ରୁ ବର୍ଷା !
  • ||

ଦେଶରେ କରୋନା ସଂକ୍ରମିତ ସଂଖ୍ୟା ୫ ଲକ୍ଷ ଟପିଲା, ଏହି ରାଜ୍ୟରେ ସ୍ଥିତି ଅସମ୍ଭାଳ

26/06/2020 at 9:38 PM

ନୂଆଦିଲ୍ଲୀ ୨୬।୦୬: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଉଦ୍‌ବେଗଜନକ ଭାବେ ବଢିବାରେ ଲାଗିଛି। କରୋନାର ପ୍ରାଦୁର୍ଭାବ ଏମିତି  ବଢି ଯାଇଛି ଯେ, ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୫ ଲକ୍ଷ ଟପିଛି। ଅନ୍ୟପକ୍ଷେ ଦେଶରେ କରୋନା ଭାଇରସ୍‌ କାରଣରୁ ସବୁଠୁ ଅଧିକ ପ୍ରଭାବିତ ରାଜ୍ୟ ମହାରାଷ୍ଟ୍ରରେ ଗୋଟିଏ ଦିନରେ ପାଞ୍ଚ ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ବିଶେଷ କରି ମହାରାଷ୍ଟ୍ର, ଦିଲ୍ଲୀ ଓ ତାମିଲନାଡୁର ସ୍ଥିତି ଚିନ୍ତାଜନକ ରହିଛି।

ସ୍ଵାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ ଦେଶରେ ଆଜି ସକାଳ ସୁଦ୍ଧା କରୋନା ସଂକ୍ରମିତଙ୍କ ସଂଖ୍ୟା ୪,୯୦,୪୦୧ ରହିଥିଲା। ହେଲେ ଦେଶରେ କରୋନାରେ ସବୁଠୁ ଅଧିକ ପ୍ରଭାବିତ ରାଜ୍ୟ ମହାରାଷ୍ଟ୍ର, ଦିଲ୍ଲୀ ଓ ତାମିଲନାଡୁରେ ଆଜି ଚିହ୍ନଟ ସଂକ୍ରମିତଙ୍କ ସଂଖ୍ୟା ଯୋଡି ଦେବାପରେ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ଟପିଛି। covid19india.org ଅନୁଯାୟୀ ଦେଶରେ ଏବେ କରୋନା ଭାଇରସ୍‌ ରୋଗୀଙ୍କ ସଂଖ୍ୟା ୫ ଲକ୍ଷରୁ ଅଧିକ ରହିଛି।

ମହାରାଷ୍ଟ୍ରରେ ଗତ ୨୪ ଘଣ୍ଟାରେ ୫ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମହାରାଷ୍ଟ୍ରରେ ସଂକ୍ରମିତଙ୍କ ସଂଖ୍ୟା ୧.୫ ଲକ୍ଷ ଅତିକ୍ରମ କରିଛି। ଅଦ୍ୟାବଧି ରାଜ୍ୟରେ ମୋଟ୍ ସଂକ୍ରମିଙ୍କ ସଂଖ୍ୟା ୧,୫୨,୭୬୫ ରହିଛି। ଏହା ସହିତ ମହାରାଷ୍ଟ୍ରରେ କରୋନାଜନିତ ମୃତ୍ୟୁସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଏହି ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୧୭୫ ଜଣଙ୍କ ମୃତ୍ୟୁ ଘଟିଛି। ରାଜ୍ୟରେ ଏ ପର୍ଯ୍ୟନ୍ତ କରୋନା ସଂକ୍ରମଣରେ ୭୧୦୬ ଜଣଙ୍କ ପ୍ରାଣହାନୀ ଘଟିଛି।

ତାମିଲନାଡୁରେ ଗତ ୨୪ ଘଣ୍ଟାରେ ୩,୬୪୫ ନୂତନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହା ପରେ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୪,୬୬୨ ହୋଇଛି। ଏହି ୨୪ ଘଣ୍ଟାରେ ୪୬ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୫୭ ହୋଇଛି।

ସେହି ପରି ଦିଲ୍ଲୀରେ ୭୩ ହଜାରରୁ ଅଧିକ ସଂକ୍ରମିତ ଅଛନ୍ତି। ୪୪ ହଜାର ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ରାଜ୍ୟରେ ଆକ୍ଟିଭ୍ କେସ୍ ସଂଖ୍ୟା ୨୪ ହଜାରରୁ ଅଧିକ ରହିଛି। ମୃତକଙ୍କ ସଂଖ୍ୟା ୨୪୦୦ରୁ ଅଧିକ ରହିଛି।

   Related Posts