Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ସୀମାନ୍ତ ଜଙ୍ଗଲରେ ଏନ୍‌କାଉଣ୍ଟର, ପୋଲିସ ଗୁଳିରେ ଟଳିଲେ ୫ ମାଓବାଦୀ

13/11/2021 at 2:11 PM

ମାଲକାନଗିରି ୧୩।୧୧: ଛତିଶଗଡ ମହାରାଷ୍ଟ୍ର ସୀମାନ୍ତ ଗଡଚିରୋଲୀରେ ଏନକାଉଣ୍ଟର । ପୋଲିସ ଗୁଳିରେ ପାଞ୍ଚ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳରୁ ବନ୍ଧୁକ ସହ ବିପୁଳ ପରିମାଣର ବିସ୍ଫୋରକ ମାଓ ସାମଗ୍ରୀ ମଧ୍ୟ ଜବତ ହୋଇଛି । ଏବେବି ଜଙ୍ଗଲରେ  ସର୍ଚ୍ଚ ଅପରେସନ ଜାରି ରହିଛି ।

ଖବର ଅନୁଯାୟୀ,  କତଗୋଲ ଥାନା ଅନ୍ତର୍ଗତ ଗାରାହପତି ଜଙ୍ଗଲରେ ମାଓବାଦୀ ମାନେ ଏକ କ୍ୟାମ୍ପ କରି ରହିଥିଲେ । ଯାହାର ଗୁଇନ୍ଦା ସୂଚନା ପୋଲିସ ବିଭାଗକୁ ମିଳିଥିଲା । ଏହାକୁ ଆଧାର କରି ମହାରାଷ୍ଟ୍ର ପୋଲିସର ସି-୬୦ ବାହିନୀର ଯବାନ ମାନେ ସେଠାରେ କୁମ୍ବିଂ ଅପରେସନ ଆରମ୍ଭ କରିଥିଲେ । ଯବାନମାନଙ୍କୁ ଦେଖି ମାଓବାଦୀମାନେ ଗୁଳିଚାଳନା ଆରମ୍ଭ କରିଥିଲେ । ଯାହାର ଦୃଢ ଜବାବ ଦେଇଥିଲେ ଯବାନ । ଦୀର୍ଘ ୨ ଘଣ୍ଟା ଧରି ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ପରେ ସର୍ଚ୍ଚ ଅପରେସନ ବେଳେ ପାଞ୍ଚ ମାଓବାଦୀଙ୍କ ମୃତ ଦେହ ଠାବ ହୋଇଥିବା ବେଳେ ଘଟଣା ସ୍ଥଳରୁ ବନ୍ଧୁକ ସହ ବିପୁଳ ପରିମାଣର ବିସ୍ପରକ ମଧ୍ୟ ଜବତ ହୋଇଛି । ଏବେବି ସେଠାରେ ଅପରେସନ ଜାରି ରହିଛି ।

   Related Posts