Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ସଂକ୍ରମଣ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୬୬୯ ଆକ୍ରାନ୍ତ
  • ||
  • ସରକାର ଓ କୃଷକଙ୍କ ମଧ୍ୟରେ ପ୍ରଥମ ବୈଠକ ବିଫଳ: ପୁଣି ଡିସେମ୍ବର ୩ରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା, ଜାରି ରହିବ ଆନ୍ଦୋଳନ
  • ||
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ରାଜ୍ୟରେ କରୋନା ନେଲା ଆଉ ୫ ଆକ୍ରାନ୍ତଙ୍କ ଜୀବନ, ମୃତ୍ୟୁସଂଖ୍ୟା ୧୦୮କୁ ବୃଦ୍ଧି

22/07/2020 at 10:43 AM

ଭୁବନେଶ୍ୱର ୨୨।୭: ଓଡିଶାରେ ଅଣାୟତ୍ତ ହେଉଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ଟ୍ବିଟ୍ ଅନୁଯାୟୀ ଗଞ୍ଜାମ ଜିଲ୍ଲାରୁ ୩ ଜଣ, ଗଜପତି ଏବଂ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ମୃତକ ରହିଛନ୍ତି । ଗଜପତି ଜିଲ୍ଲାର ଜଣେ ୭୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ କରୋନାରୀ ଧମନୀ ରୋଗରେ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାର ଜଣେ ୪୦ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ହାଇଡ୍ରୋନେଫ୍ରୋସିସ୍ ରୋଗରେ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାର ଜଣେ ୬୧ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ । କନ୍ଧମାଳ ଜିଲ୍ଲାର ଜଣେ ୮୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ କ୍ରନିକ୍ ଅବଷ୍ଟ୍ରକ୍ଟିଭ୍ ଫୁସଫୁସ ରୋଗରେ ମଧ୍ୟ ପୀଡିତ ଥିଲେ ।

ସେହିଭଳି ଆଉ ଜଣେ କରୋନା ଆକ୍ରାନ୍ତଙ୍କ ଅନ୍ୟ କାରଣ ଯୋଗୁଁ ମୃତ୍ୟୁ ହୋଇଛି । ତାଙ୍କ ମୃତ୍ୟୁ କରୋନାଜନିତ ନୁହେଁ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଗଞ୍ଜାମ ଜିଲ୍ଲାର ଜଣେ ୫୯ ବର୍ଷ ବୟସ୍କ ପୁରୁଷ ଯିଏ ହେପାଟୋ ରେନାଲ୍ ସିଣ୍ଡ୍ରୋମରେ ପୀଡିତ ଥିଲେ । କ୍ରୋନିକ୍ ଲିଭର ରୋଗ ହେତୁ ତାଙ୍କର ଦେହାନ୍ତ ହୋଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୯୮୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୩୮୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୩୧୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୦୮ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୩୧ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୪୧୦୯୨୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । 

   Related Posts