Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରୁ ଡେଇଁ ଜଣେ ନିଖୋଜ, ବ୍ରିଜ୍ ଉପରେ ଅଛି ଗାଡି ଓ ମୋବାଇଲ୍
  • ||
  • ଖୋର୍ଦ୍ଧା : ଯୁବକକୁ ଖୋଜି ଆଣିବା ଦାବିରେ ଏସ୍‌ପି ଅଫିସ୍ ଘେରାଉ, ରବିବାରଠୁ ଗାଈ ଚରେଇବାକୁ ଯାଇ ଅଛନ୍ତି ନିଖୋଜ
  • ||
  • ଚାନ୍ଦବାଲି : ଖେଳୁଥିବା ବେଳେ ପୋଖରୀରେ ବୁଡିଗଲେ ଦେଢ ବର୍ଷର ଶିଶୁ କନ୍ୟା, ଡାକ୍ତରଖାନାରେ ମୃତ୍ୟୁ
  • ||
  • ଭୁବନେଶ୍ବର : ମମିତା ଘଟଣାରେ ରାଜଧାନୀ ହୁଲସ୍ତୁଲ, ଡିସିପି ଅଫିସ୍ ଘେରାଉ ବେଳେ ବିଜେପି କର୍ମୀ ଓ ପୋଲିସ ଧସ୍ତାଧସ୍ତି
  • ||
  • ନୟାଗଡ : ଗୁଣିଗାରେଡି ସନ୍ଦେହରେ ୫ ଜଣଙ୍କୁ ନିର୍ଯାତନା ଘଟଣା : ୫ ଜଣଙ୍କୁ ଗିରଫ କଲା ପୋଲିସ
  • ||
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଜଗତସିଂହପୁର : ଷ୍ଟାଡିୟମ୍ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ
  • ||
  • କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ କଂଗ୍ରେସର ଧାରଣା ୩ୟ ଦିନରେ, ମନ୍ତ୍ରୀ ଇସ୍ତଫା ନଦେଲେ ତୀବ୍ର ହେବ ଆନ୍ଦୋଳନ
  • ||
  • କଳାହାଣ୍ଡି : ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ, ଶହ ଶହ ହେକ୍ଟର ଧାନ ଚାଷ ନଷ୍ଟ ଆଶଙ୍କା
  • ||
  • ଢେଙ୍କାନାଳ : ଶୌଚ ହୋଇ ଫେରିବା ବେଳେ ବୃଦ୍ଧଙ୍କୁ କଚାଡିଦେଲା ଦନ୍ତା, ଡାକ୍ତରଖାନାରେ ଚାଲିଗଲା ଜୀବନ
  • ||

ବିଷାକ୍ତ ମଦ ପିଇ ୫ ଜଣଙ୍କର ମୃତ୍ୟୁ ଅଭିଯୋଗ, ଗୁରୁତର ୭ ଜଣ ଡାକ୍ତରଖାନାରେ ଭର୍ତ୍ତି

12/05/2021 at 3:24 PM

ଆଜମଗଡ ୧୨।୫: ଉତ୍ତରପ୍ରଦେଶ ଆମ୍ବେଦକର ନଗର ଜିଲ୍ଲାରେ ବିଷାକ୍ତ ମଦ ପିଇ ୫ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୭ ଜଣ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ମଖଦୁମପୁର ଗାଁରେ କିଛି ଲୋକ ମଙ୍ଗଳବାର ଦିନ ମଦ ପିଇବାର କିଛି ଘଣ୍ଟା ପରେ ଅଚତ ହେବା ନେଇ ଅଭିଯୋଗ କରିଥିଲେ । ତାଙ୍କୁ ଜୈଦପୁର ଥାନା ଅଞ୍ଚଳରେ ଥିବା ଏକ ଘରୋଇ କ୍ଲିନିକରେ ଭର୍ତ୍ତି କରାଯାଇଥିଲା ।

ଅଧା ରାସ୍ତାରେ ହିଁ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣଙ୍କର ଜିଲ୍ଲା ଡାକ୍ତରଖାନାରେ ମୃତ୍ୟୁ ହେବା ପରେ ଅନ୍ୟମାନଙ୍କୁ ଅନ୍ୟ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା । ପୋଲିସ କେବଳ ୨ଟି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇବାରେ ସକ୍ଷମ ହୋଇଥିବା । କାରଣ ଗ୍ରାମବାସୀ ଖୁବ୍ ଶୀଘ୍ର ଶବକୁ ପୋଡି ଦେଇଥିଲେ ।

ଆଜମଗଡର ମିଟୁପୁର ଅଞ୍ଚଳରେ ଥିବା ଏକ ମଦ ଦୋକାନ ମାଲିକଙ୍କ ସମେତ ୫ ଜଣଙ୍କୁ ଗିରଫ କରାଯାଇଛି । ଅବହେଳା ପାଇଁ ଆମ୍ବେଦକର ନଗର ପୋଲିସ ଅଧୀକ୍ଷକ ଆଲୋକ ପ୍ରିୟଦର୍ଶୀ କହିଛନ୍ତି ଯେ, ଜୈଦପୁର ପୋଲିସ ଷ୍ଟେସନର ଷ୍ଟେସନ ହାଉସ ଅଫିସର, ଜଣେ ସବ୍-ଇନ୍ସପେକ୍ଟର ଏବଂ ୨ ଜଣ ବିଟ୍ କନଷ୍ଟେବଳଙ୍କୁ ଅବହେଳା ପାଇଁ ନିଲମ୍ବିତ କରାଯାଇଛି । ସେ ଆହୁରି କହିଛନ୍ତି ଯେ, ବର୍ତ୍ତମାନ ମୃତ୍ୟୁ ସଂଖ୍ୟା ୫ ରହିଛି । ବେଆଇନ ମଦ ବିକ୍ରୟ ଘଟଣାର ତଦନ୍ତ ଜାରି ରହିଛି ।

   Related Posts