Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଜାତୀୟ ରାଜପଥରେ ୨ଟି କାର୍‌ ମୁହାଁମୁହିଁ ଧକ୍କା, ୫ମୃତ

17/08/2020 at 8:00 AM

ଅହମ୍ମଦାବାଦ ୧୭।୦୮: ରାଜପଥରେ ଦୁଇଟି କାର୍‌ ମଧ୍ୟରେ ମୁହାଁମୁହିଁ ଦୁର୍ଘଟଣା ଘଟିଛି ।  ଗୁଜୁରାଟ ନାଡିଆଡ଼ ଜିଲ୍ଲା ଦେଇ ଯାଇଥିବା ଜାତୀୟ ରାଜପଥ-୮ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ।  ଦୁର୍ଘଟଣାରେ ୫ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ଜଣ ଆହତ ଥିବା ଜଣାପଡିଛି । ସମସ୍ତ ଆହତଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । କିନ୍ତୁ ଦୁର୍ଘଟଣା ଏତେ ଭୟଙ୍କର ଥିଲେ ଯେ, କାର୍‌ଟି ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇଯାଇଛି । ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚ ଉଦ୍ଧାର କାର୍ଯ୍ୟ ଜାରି ରଖିଛି ।

ସୂଚନାଯୋଗ୍ୟ ଯେ, ରବିବାର ବିଳମ୍ବିତ ରାତିରେ ଜାତୀୟ ରାଜପଥରେ ୨ଟି କାର୍‌ର ବେଗ ଖୁବ୍‌ ଅଧିକ ଥିଲା । ଯାହାଫଳରେ ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି । କିନ୍ତୁ ବର୍ତ୍ତମାନ ପର୍ଯ୍ୟନ୍ତ କେଉଁଭଳି ସ୍ଥିତିରେ ଦୁର୍ଘଟଣା ଘଟିଲା , ତାହା ସ୍ପଷ୍ଟ ହୋଇନାହିଁ । ତେବେ ଦୁର୍ଘଟଣାର ଖବର ପାଇ ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚିଥିଲେ । ଦେଖୁ ଦେଖୁ ଘଟଣାସ୍ଥଳରେ ଲୋକମାନେ ଭିଡ଼ ଜମାଇଦେଇଥିଲେ ।

ଦୁର୍ଘଟଣାସ୍ଥଳରେ ଉପସ୍ଥିତ ଥିବା ଲୋକେ ପୋଲିସକୁ ଘଟଣାସମ୍ପର୍କରେ ଖବର ଦେଇଥିଲେ । ପୋଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚିଥିଲେ । ଉଦ୍ଧାରକାର୍ଯ୍ୟ ଜାରି ରଖିଥିଲେ ।  ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, କାର୍‌ଟି ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇଯାଇଛି । ଘଟଣାସ୍ଥଳରେ ୫ଜଣଙ୍କ ମୃତ୍ୟୁ ହୋଇଯାଇଥିବା ବେଳେ ୪ଜଣଙ୍କୁ ଆହତ ଅବସ୍ଥାରେ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ଆହତମାନଙ୍କ ମଧ୍ୟରୁ ଡ୍ରାଇଭରଙ୍କ ସ୍ୱାସ୍ଥ୍ୟବସ୍ଥା ଗମ୍ଭୀର ଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ସ୍ଥାନୀୟ ପ୍ରଶାସନ  ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି । ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନାହିଁ

   Related Posts