ଟ୍ରକ୍ ସହ ଧକ୍କା ହୋଇ ନୟନଜୋରିକୁ ଓଲଟିଲା ବସ୍, ୫ ଜଣଙ୍କ ମୃତ୍ୟୁ, କିଛି ଲୋକ ଚାପି ହୋଇ ରହିଥିବା ସନ୍ଦେହ

Published By : Prameya-News7 Bureau | January 22, 2022 IST

ସୋର ୨୨।୧: ୧୬ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । କୋଇଲା ବୋଝେଇ ଟ୍ରକ୍ ସହ ଧକ୍କା ହୋଇ ନୟନଜୋରିକୁ ଓଲଟିଲା ବସ୍ । ଦୁର୍ଘଟଣା ଫଳରେ ୫ଜଣଙ୍କର ମୃତ୍ୟୁ ହୋଇଛି । ଅନ୍ୟ କିଛି ଲୋକ ବସ୍ ତଳେ ଚାପି ହୋଇ ରହିଥିବା ସନ୍ଦେହ କରାଯାଉଛି । ଦମକଳ ବାହିନୀ ଉଦ୍ଧାର କାର୍ଯ୍ୟ ଜାରି ରଖିଛି ।

ସୂଚନାଯୋଗ୍ୟ ଯେ, ୧୬ ନଂ ଜାତୀୟ ରାଜପଥ ବିଦୁ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । କୋଇଲା ବୋଝେଇ ଟ୍ରକ୍ ସହ ବସ୍ ଧକ୍କା ହୋଇଛି । ଫଳରେ ଭାରସାମ୍ୟ ହରାଇ ବସ୍‌ଟି ନୟନଜୋରିକୁ ଓଲଟି ପଡିଛି । ଦୁର୍ଘଟଣା ଯୋଗୁଁ ଘଟଣାସ୍ଥଳରେ ୫ ଜଣଙ୍କର ମୃତ୍ୟୁ ହୋଇଛି । ବସ୍‌ରେ ଥିବା ଆଉ କିଛି ଯାତ୍ରୀ ବସ୍ ତଳେ ଚାପି ହୋଇ ରହିଥିବା ସନ୍ଦେହ କରାଯାଉଛି ।

ଖବର ପାଇ ଘଟଣାସ୍ଥଳରେ ସୋର ଦମକଳ ବାହିନୀ ପହଞ୍ଚି ଲୋକଙ୍କୁ ଉଦ୍ଧାର କରୁଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟରେ ସାହାଯ୍ୟ କରୁଛି । ତେବେ ବସ୍‌ରେ କେତେ ଜଣ ଯାତ୍ରୀ ଥିଲେ ତାହା ସ୍ପଷ୍ଟ ଜଣାପଡିନାହିଁ । ଆହତମାନଙ୍କୁ ଉଦ୍ଧାର କରି ମେଡିକାଲ ପଠାଯାଉଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.