Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି ସନ୍ଧ୍ୟାରେ ଦିଲ୍ଲୀ ପହଞ୍ଚିବ ସିଡିଏସ୍ ବିପିନ ରାୱତଙ୍କ ମରଶରୀର, ମୋଦୀଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀ ଦେବେ ଶ୍ରଦ୍ଧାଞ୍ଜଳୀ
  • ||
  • ଭଞ୍ଜନଗର : ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ହେଲା ଲାଲସିଙ୍ଗି ପଞ୍ଚାୟତର କିଛି ଅଞ୍ଚଳ, କୋଭିଡ୍ ପଜିଟିଭ୍ ଚିହ୍ନଟ ପରେ ପଦକ୍ଷେପ
  • ||
  • ଭୁବନେଶ୍ବର : ବିଧାନସଭା ପରେ ସମସ୍ତଙ୍କର ହେବ RTPCR ଟେଷ୍ଟ : ବାଚସ୍ପତି
  • ||
  • ଭୁବନେଶ୍ବର : ମହାନଦୀରେ କମିଛି ଜଳ ପ୍ରବାହ, ୫୧୬ ଚେକ୍ ଡ୍ୟାମ୍ କରିଛି ଛତିଶଗଡ : ଜଳସମ୍ପଦ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତାକୁ ନ୍ୟାୟ ଦେବାକୁ ବିଜେପିର ଦାବି : ବ୍ୟାରିକେଟ୍ ଭାଙ୍ଗି ବିଧାନସଭା ଘେରାଉ ଉଦ୍ୟମ ବେଳେ ଧସ୍ତାଧସ୍ତି, ପୋଲିସର ଲାଠିଚାର୍ଜ
  • ||
  • ଜୟପୁର : ଜୟପୁର ଏସଡିଜେଏମ୍ କୋର୍ଟରେ NIAର ୨ ଜଣିଆ ଟିମ୍, ମାଓ ନେତା ଦୁବାସୀ ଶଙ୍କରକୁ ପଚରାଉଚରା ପାଇଁ ଲୋଡିଲେ ଅନୁମତି
  • ||
  • ଭୁବନେଶ୍ବର : ବିଜେଡି ଓ ବିଜେପି ବିକ୍ଷୋଭ ପ୍ରସଙ୍ଗ : କଂଗ୍ରେସ ବିଧାୟକ ମହମ୍ମଦ ମୋକିମ କହିଲେ- ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ବ
  • ||
  • ଟାଙ୍ଗୀ : କେନ୍ଦୁଆ ଜଙ୍ଗଲରୁ ମିଳିଲା ଅଜଣା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ବଡବିଲ : ଶନି ମନ୍ଦିରରୁ ଲୁଟ୍, ଦାନ ବାକ୍ସ ଉଠାଇନେଲେ ଦୁର୍ବୃତ୍ତ
  • ||
  • ନିଶ୍ଚିନ୍ତକୋଇଲି : ଛେଳି ଚୋରକୁ ଛେଚିଲେ ଗାଁ ଲୋକେ, ପୋଲିସର ଜିମାଦେଲେ
  • ||

ସାରାଦେଶରେ ଲକଡାଉନ୍ : ସଡ଼କ ଦୁର୍ଘଟଣାରେ ପାଞ୍ଚ ମୃତ, ଜଣେ ଆହତ

4/04/2020 at 7:52 AM

ଅହମ୍ମଦାବାଦ ୦୪। ୦୪: ସାରା ଦେଶରେ କରୋନା ସ୍ଥିତି ନେଇ ୨୧ଦିନିଆ ଲକଡାଉନ୍ ଘୋଷଣା କରାଯାଇଛି। ସାଧାରଣ ଲୋକଙ୍କ ଯିବା ଆସିବା ଉପରେ କଟକଣା ଲଗାଯାଇଛି। ଅତି ଜରୁରୀ ନଥିଲେ ଘରୁ ବାହାରକୁ ନବାହାରିବାକୁ ପରାମର୍ଶ ଦେଇଛନ୍ତି ସରକାର। ତେବେ ଗୁଜରାଟରୁ ଏକ ଦୁଖଦାୟକ ଖବର ଆସିଛି। ସଡକ ଦୁର୍ଘଟଣାରେ ପାଞ୍ଚଜଣଙ୍କ ମୁତ୍ଯୁ ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି। ଆହତଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ମେଡିକାଲରେ ତାଙ୍କ ଚିକିତ୍ସା ଜାରି ରହିଛି।

ସୂଚନାଯୋଗ୍ୟ ଯେ, ଶନିବାର ଭୋର ସମୟରେ ଗୁଜୁରାଟର ସୁରେନ୍ଦ୍ର ନଗର ଜିଲ୍ଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଟ୍ରକ ଓ କାର୍ ମଧ୍ଯରେ ଦୁର୍ଘଟଣା ଘଟିଛି। ଟ୍ରକକୁ ପଛପଟୁ କାର୍ ଟି ଦ୍ରୁତଗତିରେ ଆସି ଧକ୍କା ଦେଇଥିଲା। ଯାହାଫଳରେ ପାଞ୍ଚ ଜଣଙ୍କ ଘଟଣାସ୍ଥଳରେ ମୁତ୍ଯୁ ହୋଇଯାଇଥିବା ବେଳେ ଅନ୍ଯ ଜଣେ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି। ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଆରମ୍ଭ କରିଛି।।:

   Related Posts