Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୭ ମୃତ
  • ||
  • ଆସୁଛି ବାତ୍ୟା: ପ୍ରଭାବିତ ହେବ ଓଡ଼ିଶା, ୩ ରାତିରୁ ଉପକୂଳରେ ପ୍ରବଳ ବର୍ଷିବ ଓ ପବନ ବୋହିବ
  • ||
  • ୨୦୧୭ ହତ୍ୟା ଘଟଣାର ଖୋଳତାଡ କରିବ କ୍ରାଇମବ୍ରାଞ୍ଚ, ୪ ପୋଲିସ ଅଧିକାରୀଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ
  • ||
  • ମିଚିଗାନ ସ୍କୁଲରେ ୧୫ ବର୍ଷର ଛାତ୍ରର ଉନ୍ମତ୍ତକାଣ୍ଡ, ଆଖିବୁଜା ଗୁଳିମାଡ଼ରେ ୩ ମୃତ
  • ||
  • ଭଦ୍ରକ ବରପଦା ନିକଟରେ ଦୁଇ ଅପରାଧୀଙ୍କୁ ଏନକାଉଣ୍ଟର
  • ||

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ କଥା ରଖିଲେ ଜ୍ୟୋତିରାଦିତ୍ୟ : ଭୁବନେଶ୍ୱରରୁ ଜୟପୁରକୁ ଉଡିବ ବିମାନ, ସପ୍ତାହକୁ ୩ ଥର

16/10/2021 at 11:22 AM

ଭୁବନେଶ୍ୱର ୧୬।୧୦: ଭୁବନେଶ୍ୱରରୁ ଜୟପୁରକୁ ଉଡିବ ବିମାନ । ଆସନ୍ତା ନଭେମ୍ବରରୁ ଜୟପୁରକୁ ସିଧାସଳଖ ଉଡିବ ବିମାନ । ଇଣ୍ଡିଗୋ ପକ୍ଷରୁ ଏହି ସେବା ଯୋଗାଇଦିଆଯିବ । ସପ୍ତାହକୁ ୩ ଥର ଚଳାଚଳ କରିବ ବିମାନ । ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଧନ୍ୟବାଦ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଖବର ଅନୁଯାୟୀ, ସେପ୍ଟେମ୍ବର ୧୭ତାରିଖରେ କେନ୍ଦ୍ରମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଚିଠି ଲେଖି ମନ୍ଦିରମାଳିନୀ ସହର ଭୁବନେଶ୍ୱରରୁ ରାଜସ୍ଥାନର ଜୟପୁରକୁ ସିଧା ବିମାନ ଚଳାଚଳା ନେଇ ଅନୁରୋଧ କରିଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଉଭୟ ରାଜ୍ୟରେ ଅନେକ ମନ୍ଦିର ଓ ପର୍ଯ୍ୟଟନ ସ୍ଥାନ ରହିଛି । ତେଣୁ  ଶ୍ରଦ୍ଧାଳୁ ଏବଂ ପର୍ଯ୍ୟଟକମାନଙ୍କ  ସ୍ଵାର୍ଥ ଦୃଷ୍ଟିରେ ପଦକ୍ଷେପ ନେବା ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପତ୍ରରେ ଉଲ୍ଲେଖ କରିଥିଲେ। ଏବେ କେନ୍ଦ୍ରମନ୍ତ୍ରୀଙ୍କ ଅନୁରୋଧ ରଖି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଭୁବନେଶ୍ୱରରୁ ଜୟପୁରକୁ ବିମାନ ଚଳାଚଳ ପାଇଁ ଅନୁମତି ଦେଇଛନ୍ତି । ଆସନ୍ତା ନଭେମ୍ବର ୨ରୁ ଜୟପୁରକୁ ସିଧାସଳଖ ଉଡିବ ବିମାନ । ଇଣ୍ଡିଗୋ ପକ୍ଷରୁ ଏହି ସେବା ଯୋଗାଇଦିଆଯିବ । ସପ୍ତାହକୁ ୩ ଥର ଚଳାଚଳ କରିବ ବିମାନ । ଏନେଇ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଧନ୍ୟବାଦ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

   Related Posts