Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||
  • ଭୁବନେଶ୍ବର : ସାଲିଆ ସାହିରୁ ୫ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ, ୯ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୬ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

ଆସନ୍ତା ୨୫ ତାରିଖରୁ ଝାରସୁଗୁଡା ବିମାନବନ୍ଦରରୁ ଆରମ୍ଭ ହେବ ବିମାନ ଚଳାଚଳ

23/05/2020 at 9:48 AM

ଝାରସୁଗୁଡା ୨୩।୫: ଝାରସୁଗୁଡା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ଆସନ୍ତା ୨୫ ତାରିଖରୁ ବିମାନ ଚଳାଚଳ ଆରମ୍ଭ ହେବ । କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ୨୫ ତାରିଖରୁ ଘରୋଇ ବିମାନ ସେବା ଆରମ୍ଭ ହେବ ବୋଲି ସୂଚନା ଦେବା ସହ ଏସଓଜି ଜାରି କରିଥଲା ମନ୍ତ୍ରଣାଳୟ ।

କେନ୍ଦ୍ର ସରକାରଙ୍କ ଏସଓପିକୁ ଆଧାର କରି ଝାରସୁଗୁଡା ବିମାନବନ୍ଦରରେ କିପରି ସୁରକ୍ଷିତ ଯାତ୍ରା କରିବେ ବିମାନ ଯାତ୍ରୀ ସେଥିପାଇଁ ଜିଲ୍ଲାପାଳ, ଏସପି ଓ ବିମାନବନ୍ଦର କର୍ତ୍ତୃପକ୍ଷଙ୍କ ମଧ୍ୟରେ ଶୁକ୍ରବାର ସନ୍ଧ୍ୟାରେ ଆଲୋଚନା ହୋଇଥିଲା ।

ଜିଲ୍ଲାପାଳ ଓ ଏସପି ବିମାନବନ୍ଦରକୁ ଯାଇ ସରଜମିନ ତଦନ୍ତ କରି ବିମାନଯାତ୍ରୀଙ୍କ ସ୍କ୍ରିନିଂ କରିବାକୁ ଗୋଟିଏ କାଉଣ୍ଟର ଖୋଲିବା ନେଇ ନିର୍ଦ୍ଦେଶ ଦେଇଥିଲେ । ପ୍ରଶାସନ ପକ୍ଷରୁ ବିମାନଯାତ୍ରୀଙ୍କ ରେଜିଷ୍ଟ୍ରେସନକୁ ବାଧ୍ୟତାମୂଳକ କରାଯିବ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି । ସେହିଭଳି କେନ୍ଦ୍ର ସରକାରଙ୍କ ଏସଓପି ପାଳନ କରାଯିବ ବୋଲି ଜିଲ୍ଲାପାଳ ଓ ଏସପି କହିଛନ୍ତି ।

ପ୍ରାୟ ଦୁଇ ମାସ ପରେ ବିମାନ ସେବା ଆରମ୍ଭ ହେଉଥିବାରୁ ପ୍ରଶାସନ, ବିମାନବନ୍ଦର କର୍ତ୍ତୃପକ୍ଷ ଚଳଚଞ୍ଚଳ ହୋଇ ପଡ଼ିଛନ୍ତି । କରୋନା ଯେପରି ନ ବ୍ୟାପିବା ସେଥିପାଇଁ ଧ୍ୟାନ ଦେବା ଆବଶ୍ୟକ ବୋଲି ସ୍ଥାନୀୟ ଲୋକେ ମତ ଦେଇଛନ୍ତି ।

   Related Posts