Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ବର୍ଷାରେ ବେହାଲ ଭଦ୍ରକ ସ୍ଥିତି : ବିପଦ ସଙ୍କେତ ଉପରେ ଜଳସ୍ତର, ଅନେକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ

27/08/2020 at 7:30 AM

ଭଦ୍ରକ ୨୭।୦୮: ଲଗାଣ ବର୍ଷାରେ ଭଦ୍ରକ ସ୍ଥିତି ବେହାଲ  । ଲଗାଣ ବର୍ଷାରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ଭଦ୍ରକ ଆଖୁଆପଦା ନିକଟରେ ବୈତରଣୀ ନଦୀ ବିପଦ ସଙ୍କେତ ଟପିଛି । ଆଖୁଆପଦା ଆନିକଟଠାରେ ବିପଦ ସଂକେତ ୧୭.୮୩ ଥିବା ବେଳେ ବର୍ତ୍ତମାନ ଜଳସ୍ଥର ରହିଛି ୧୯ .୫୦ ରହିଛି ।

ସେହିପରି  କଣ୍ଟିଘାଇ , ଵାଲିପୋଖରୀ ଏସ୍‌କେପ୍‌ ଦେଇ ଜନବସତିକୁ ବନ୍ୟା ଜଳ ପ୍ରବାହିତ ହେଉଛି । ଭଣ୍ଡାରିପୋଖରୀ ବ୍ଲକର ରାମଚନ୍ଦ୍ରପୁର , ଭୁତିଆ ଆଦି ଅଞ୍ଚଳରେ ଥିବା ଗାଁ ଗୁଡିକ ଜଳବନ୍ଦୀ ହୋଇରହିଛି । ଭଣ୍ଡାରିପୋଖରୀ ଓ ଯାଜପୁରକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି । ମାଳଦା ନିକଟ ସରତା ପୋଲ ଉପରେ ୪ ଫୁଟରୁ ଅଧିକ ବନ୍ୟା ଜଳ ପ୍ରବାହିତ ହେଉଛି । କଣ୍ଟିଘାଇ ନିକଟରେ ୨ ମିଟର ଉଚ୍ଚରେ ବନ୍ୟା ଜଳ ପ୍ରବାହିତ ହେଉଛି । 

ଭଣ୍ଡାରିପୋଖରୀ ବ୍ଲକର ମାଳଦା , ସୋଳମପୁର , ରାହାଣିଆ , ନପଙ୍ଗ , ଵାଲୀପୋଖରୀ , କୁରିଗାଁ , ଝୁରୁଣା , ବନ୍ଧାଳମଢ଼ିଆଳି ପଞ୍ଚାୟତ ଜଳମଗ୍ନ ହୋଇଛି । ଗାଁ ଗୁଡିକ ବାହ୍ୟ ଜଗତରୁ ବିଛିନ୍ନ ହୋଇଛି ।  ଧାମନଗରରୁ ଫଳପୁର ରାସ୍ତାରେ ବନ୍ୟା ଜଳ ପ୍ରବାହିତ ହେଉଛି । ସେହିପରି ଧାମନଗର ବ୍ଲକର ପଧାନୀ , ଦଳାଙ୍ଗ , ସୋହାଡ଼ା ଆଦି ଗାଁରେ ବନ୍ୟା ଜଳ ପ୍ରବେଶ କରିଛି । ଯାହାଫଳରେ ଲୋକ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।

   Related Posts