Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ଖୋର୍ଦ୍ଧା ରାଜୁଆ ନଦୀରେ ବନ୍ୟା ପରିସ୍ଥିତି, ୮ଟି ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ

11/09/2019 at 12:23 PM

ଖୋର୍ଦ୍ଧା ୧୧।୯: ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ମହାନଦୀରେ ଜଳସ୍ତର ବୃଦ୍ଧି ପାଇଛି । ଫଳରେ ନଦୀକୂଳିଆ ଅଞ୍ଚଳରେ ବନ୍ୟା ପରିସ୍ଥିତି ଉପୁଜିଛି । ଖୋର୍ଦ୍ଧା ଜିଲ୍ଲା ରାଜୁଆ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି ।

ଖୋର୍ଦ୍ଧା ବ୍ଲକର ଓରବରସିଂହ ଓ ନରଣଗଡ ପଞ୍ଚାୟତର ବିଭିନ୍ନ ଗାଁରେ ପାଣି ପଶିଯାଇଛି । ହିରିମୁଳ, ଡିହଖଳା, ମାନପୁର, ରାୟପୁର, କୃଷ୍ଣପୁର ଭଳି ୮ଟି ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇରହିଛି । ଘର ଭିତରେ ପାଣି ପଶିବା ଫଳରେ ଲୋକେ ହନ୍ତସନ୍ତ ହେଉଛନ୍ତି ।

ଜିଲ୍ଲା ପ୍ରଶାସନ କେବଳ ଡଙ୍ଗା ଗୋଟେ ଚଲାଇ ନିଜର କାର୍ଯ୍ୟ ଶେଷ କରିଛି । ବନ୍ୟା ପ୍ରଭାବିତ ଅଞ୍ଚଳରେ ରନ୍ଧା ଖାଦ୍ୟ ଓ ଆବଶ୍ୟକୀୟ ସହାୟତା ଯୋଗାଇ ଦେବାକୁ ଦାବି ହୋଇଛି ।

   Related Posts