ଆହୁରି ୫ଦିନ ରାଜ୍ୟରେ ଲାଗିରହିବ କୁହୁଡି, ୨୩ ତାରିଖରୁ ବର୍ଷା ସମ୍ଭାବନା

Published By : Prameya-News7 Bureau | January 19, 2020 IST

ଭୁବନେଶ୍ବର ୧୯।୧: ଆଉ ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ଘନ କୁହୁଡ଼ି । ଏବେ ଦକ୍ଷିଣ-ପୂର୍ବ ଦିଗରୁ ପବନ ବହୁଛି । ସମୁଦ୍ରରୁ ଜଳୀୟବାଷ୍ପ ସ୍ଥଳଭାଗକୁ ଆସୁଥିବାରୁ ରାଜ୍ୟର ବିଭିନ୍ନ ସ୍ଥାନରେ କୁହୁଡ଼ି ହେଉଛି । ଆଗକୁ ୫ଦିନ ଏହିପରି ଘନ କୁହୁଡ଼ି ଜାରି ରହିବ ବୋଲି ଭୁବନେଶ୍ବର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

{"id":213199,"sizeSlug":"large"}

ଆଜି ଅନୁଗୋଳ, ଢେଙ୍କାନାଳ, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, କନ୍ଧମାଳ, ସୁନ୍ଦରଗଡ଼ ଜିଲ୍ଲାରେ ଘନ କୁହୁଡ଼ି ପଡ଼ିଛି । ଅପରପକ୍ଷେ ୨୩ତାରିଖରୁ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୋଳରେ ସ୍ବଳ୍ପ ବର୍ଷା ହେବାର ସମ୍ଭାବନା ଅଛି ।

{"id":213200,"sizeSlug":"large"}

ସେହିପରି ତାଳଚେରରେ ରାଜ୍ୟର ସବୁଠୁ କମ୍ ସର୍ବନିମ୍ନ ତାପମାତ୍ରା ୯.୮ଡିଗ୍ରି ରେକର୍ଡ ହୋଇଛି । ରାଜ୍ୟର ଅଧିକାଂଶ ସ୍ଥାନରେ ସର୍ବନିମ୍ନ ୧୫ଡିଗ୍ରି ତଳେ ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.