Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୬୫ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୦୯ କରୋନା ସଂକ୍ରମିତ, ୩୨୦୮୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଯାଜପୁର : ରାସ୍ତା ନିର୍ମାଣକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ, ୭ ଆହତ
  • ||
  • ବୁର୍ଲା ଭୀମସାରରେ ଅଘଟଣ, ବିଦ୍ୟୁତ ତାର ଛିଣ୍ଡି ପୋଡିଗଲା ରକ୍ତ ଭଣ୍ଡାର ଓ ପ୍ଲାଜମା ବ୍ୟାଙ୍କର ୫ଟି ଫ୍ରିଜର
  • ||
  • ଯୁକ୍ତ ୨ କଲେଜ୍ ଖୋଲିବାକୁ ପ୍ରସ୍ତୁତି ! ବିଶୋଧନ ଓ ସଫା କରି କ୍ଲାସ୍ ରୁମ୍ ପ୍ରସ୍ତୁତ କରିବାକୁ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶ
  • ||
  • ଫ୍ରାନ୍ସରେ ବିଜୟ ମାଲ୍ୟାଙ୍କ ବିରୋଧରେ EDଙ୍କ ବଡ କାର୍ଯ୍ୟାନୁଷ୍ଠାନ, ଜବତ ହେଲା ୧.୬ ମିଲିୟନ ୟୁରୋ ସମ୍ପତ୍ତି
  • ||

୧୫ ଲିଟରରୁ ଉର୍ଦ୍ଧ୍ବ ବିଦେଶୀ ମଦ ଜବତ, ଜଣେ ଗିରଫ

19/11/2020 at 9:36 PM

ହିଞ୍ଜିଳି ୧୯/୧୧: ଚୋରା ମଦ କାରବାରର ପର୍ଦ୍ଦାଫାସ କରିଛି ହିଞ୍ଜିଳି ପୋଲିସ। ବିପୁଳ ପରିମାଣରେ ବିଦେଶୀ ମଦ ଜବତ କରିବା ସହ ଜଣକୁ ଗିରଫ କରିଛି। ତେବେ ଚୋରା ମଦ କାରବାର ନେଇ ହିଞ୍ଜିଳି ଅବକାରୀ ବିଭାଗ ପାଖରେ ଖବର ଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ହେଉନଥିବା ଅଭିଯୋଗ ହୋଇଛି।

କିନ୍ତୁ ଚୋରା ମଦ କାରବାର ନେଇ ଗୁରୁବାର  ହିଞ୍ଜିଳି ପୋଲିସ  ଆଡ଼ପଡା ଗ୍ରାମରେ ଚଢ଼ାଉ କରି ବିପୁଳ ପରିମାଣରେ ବିଦେଶୀ ମଦ ଜବତ କରିବା ସହ ଉତ୍ତମ ପ୍ରଧାନକୁ ଗିରଫ କରିଛି। ଅଭିଯୁକ୍ତ ବିରୋଧରେ କେସ୍‌ ନମ୍ବର ୪୧୭/୨୦ରେ ଏକ ମାମଲା ରୁଜ୍ଜୁ କରାଯାଇଥିବା ହିଞ୍ଜିଳି ଥାନା ପକ୍ଷରୁ କୁହାଯାଇଛି ।

ଚୋରା ମଦ କାରବାର ନେଇ ଅବକାରୀ ବିଭାଗ ଜାଣିଥିବା ବେଳେ ଯଦି ପୂର୍ବରୁ ରେଡ୍‌ କରିଥାନ୍ତା ତେବେ ଏହାକୁ ରୋକାଯାଇ ପାରିଥାନ୍ତା ବୋଲି ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ହେଉଛି।  ତେବେ ପୋଲିସ ଚଢ଼ାଉ କରି ପାଖାପାଖି ୧୫ ଲିଟରରୁ ଉର୍ଦ୍ଧ୍ବ ବୋଲି ହିଞ୍ଜିଳି ଥାନା ଅଧିକାରୀ ଅଭିମନ୍ୟୁ ଦାସ ସୂଚନା ଦେଇଛନ୍ତି।

   Related Posts