Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ହାତ ଟେକିଦେଲେ ବାଚସ୍ପତି, କହିଲେ- ଯଦି ସବୁ ସଦସ୍ୟ ଗୃହ ଚଲାଇବାକୁ ପ୍ରସ୍ତୁତ ନୁହଁନ୍ତି, ତେବେ ମୁଁ କ’ଣ କରିବି ?
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ପ୍ରସଙ୍ଗ : ଆସନ୍ତା ୧୦ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍, ୧୦୪ ବର୍ଷରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
  • ||
  • ଭୁବନେଶ୍ବର : ରିପୋର୍ଟ ଆସିବା ପରେ ନିୟମ ଅନୁସାରେ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ : ମନ୍ତ୍ରୀ ସୁଦାମ ମାରାଣ୍ଡି
  • ||
  • ଭୁବନେଶ୍ବର : ବିଡିଏ ଫେରାଇବ ସର୍ବକ୍ଷମା ଯୋଜନାର ଅଧିକ ଫାଇନ୍, ଆବେଦନର ଶେଷ ତାରିଖ ୧୦ ଡିସେମ୍ବର
  • ||
  • ଖୋର୍ଦ୍ଧା : ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ, ବିଲ୍ କରାଇ ଦେବାକୁ ଠିକାଦାରଙ୍କଠୁ ନେଉଥିଲେ ୧୦ ହଜାର
  • ||
  • ଟିଟିଲାଗଡ : ପୁରୀ-ଅଜମେର ଟ୍ରେନ୍‌ରେ ନିଆଁ, ଟ୍ରାକ୍‌ରେ ବ୍ରେକ୍ ଘସି ହୋଇ ଧୂଆଁ ବାହାରୁଥିଲା
  • ||
  • ରୋହିଙ୍ଗ୍ୟା ବିରୋଧୀ ହିଂସା ପାଇଁ ଫେସବୁକ ଦାୟୀ ! ୧୫୦ ବିଲିୟନ ପାଉଣ୍ଡର କ୍ଷତିପୂରଣ ଦେବାକୁ ମାମଲା
  • ||
  • କଳାହାଣ୍ଡି : ଇଚ୍ଛା ମୃତ୍ୟୁ ଆବେଦନକାରୀଙ୍କୁ ସାହା ହେଲା BSKY, ଯୋଜନାରେ ଆରମ୍ଭ ହେଲା ଚିକିତ୍ସା
  • ||
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||

ହୁତୁହୁତୁ ହୋଇ ଜଳୁଛି ସଂରକ୍ଷିତ ଜଙ୍ଗଲ, ଗାଁ ମୁହାଁ ବନ୍ୟଜନ୍ତୁ

1/03/2021 at 11:07 AM

ତେଲକୋଇ,୦୧/୦୩:  କେନ୍ଦୁଝର ଜିଲ୍ଲା ତେଲକୋଇ ରେଞ୍ଜ ବିମଳା ଫରେଷ୍ଟ ବିଟ୍ ଅନ୍ତର୍ଗତ କରମଙ୍ଗି ଗାଁ କଳାପାଟ ସଂରକ୍ଷିତ ଜଙ୍ଗଲରେ ନିଆଁ ଲାଗିଛି  ।ନିଆଁ ଲାଗି ଜଙ୍ଗଲରେ ଥିବା ମୂଲ୍ୟବାନ ଗଛ ସହ ବିରଳ ଜାତୀୟ ସରୀସୃପ ସବୁ ଜଳି ଯାଇଛନ୍ତି ।

ବନ୍ୟ ଜନ୍ତୁ ମାନେ ନିଆଁ ଦାଉରୁ ରକ୍ଷା ପାଇବା ପାଇଁ ଗାଁ ମୁହାଁ ହୋଇଛନ୍ତି ।ଫଳରେ ଲୋକେ ଆତଙ୍କିତ ଅବସ୍ଥାରେ ଅଛନ୍ତି  ।ତେଲକୋଇ ଫରେଷ୍ଟ ବିଟରେ ମଧ୍ୟ ସମାନ ଅବସ୍ଥା ଲାଗିରହିଛି ।କମଳାଙ୍ଗ ଗାଁ ପାଖ ପାହାଡ଼ର ଏକର ଏକର ଜଙ୍ଗଲ ମଧ୍ୟ ଦୁଇ ଦିନ ହେବ ନିଆଁର ଆଁ ଭିତରେ ରହିଛି । ହୁତୁହୁତୁ ହୋଇ ସଂରକ୍ଷିତ ଜଙ୍ଗଲରେ ନିଆଁ ଜଳୁଛି ।

ତେଲକୋଇ ରେଞ୍ଜର ବିଭିନ୍ନ ଜଙ୍ଗଲରେ  ହାତୀମାନଙ୍କ ସହିତ ହରିଣ,ବାରାହା, କୁଟୁରା,ସମ୍ବର ଆଦି ଜୀବଜନ୍ତୁ ବହୁସଂଖ୍ୟାରେ ରହୁଥିବା ବେଳେ ଜଙ୍ଗଲରେ ନିଆଁ ଲାଗିବା ଦ୍ବାରା ସେମାନଙ୍କ ସୁରକ୍ଷା ଏବେ ଚିନ୍ତାର ବିଷୟ ପାଲଟିଛି । ସେପଟେ ସରକାର ନିଆଁ ଦାଉରୁ ଜଙ୍ଗଲକୁ ରକ୍ଷା କରିବା ପାଇଁ  ଫରେଷ୍ଟ ବିଟ ଅଞ୍ଚଳ ଗୁଡିକରେ ଫାୟାର ସ୍କ୍ବାର୍ଡ  ନିଯୁକ୍ତି କରିଥିଲେ ମଧ୍ୟ ନିଆଁକୁ ଆୟତ କରିବାରେ ବନବିଭାଗ ବିଫଳ ହୋଇଛି ।

   Related Posts