Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରୁ ଡେଇଁ ଜଣେ ନିଖୋଜ, ବ୍ରିଜ୍ ଉପରେ ଅଛି ଗାଡି ଓ ମୋବାଇଲ୍
  • ||
  • ଖୋର୍ଦ୍ଧା : ଯୁବକକୁ ଖୋଜି ଆଣିବା ଦାବିରେ ଏସ୍‌ପି ଅଫିସ୍ ଘେରାଉ, ରବିବାରଠୁ ଗାଈ ଚରେଇବାକୁ ଯାଇ ଅଛନ୍ତି ନିଖୋଜ
  • ||
  • ଚାନ୍ଦବାଲି : ଖେଳୁଥିବା ବେଳେ ପୋଖରୀରେ ବୁଡିଗଲେ ଦେଢ ବର୍ଷର ଶିଶୁ କନ୍ୟା, ଡାକ୍ତରଖାନାରେ ମୃତ୍ୟୁ
  • ||
  • ଭୁବନେଶ୍ବର : ମମିତା ଘଟଣାରେ ରାଜଧାନୀ ହୁଲସ୍ତୁଲ, ଡିସିପି ଅଫିସ୍ ଘେରାଉ ବେଳେ ବିଜେପି କର୍ମୀ ଓ ପୋଲିସ ଧସ୍ତାଧସ୍ତି
  • ||
  • ନୟାଗଡ : ଗୁଣିଗାରେଡି ସନ୍ଦେହରେ ୫ ଜଣଙ୍କୁ ନିର୍ଯାତନା ଘଟଣା : ୫ ଜଣଙ୍କୁ ଗିରଫ କଲା ପୋଲିସ
  • ||
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଜଗତସିଂହପୁର : ଷ୍ଟାଡିୟମ୍ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ
  • ||
  • କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ କଂଗ୍ରେସର ଧାରଣା ୩ୟ ଦିନରେ, ମନ୍ତ୍ରୀ ଇସ୍ତଫା ନଦେଲେ ତୀବ୍ର ହେବ ଆନ୍ଦୋଳନ
  • ||
  • କଳାହାଣ୍ଡି : ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ, ଶହ ଶହ ହେକ୍ଟର ଧାନ ଚାଷ ନଷ୍ଟ ଆଶଙ୍କା
  • ||
  • ଢେଙ୍କାନାଳ : ଶୌଚ ହୋଇ ଫେରିବା ବେଳେ ବୃଦ୍ଧଙ୍କୁ କଚାଡିଦେଲା ଦନ୍ତା, ଡାକ୍ତରଖାନାରେ ଚାଲିଗଲା ଜୀବନ
  • ||

କରୋନାରୁ ଶିଶୁଙ୍କ ସୁରକ୍ଷା ପାଇଁ କମିଟି ଗଠନ, ସବୁ କୋଭିଡ୍ ହସ୍ପିଟାଲ୍‌ରେ ହେଲ୍ପ ଡେସ୍କ ବାଧ୍ୟତାମୂଳକ

16/05/2021 at 9:46 PM

ଭୁବନେଶ୍ଵର ୧୬।୦୪: କରୋନା ଭାଇରସ୍‌ର ଦ୍ଵିତୀୟ ଲହରରେ ସ୍ଥିତି ସଙ୍ଗୀନ। କୋଭିଡ୍-୧୯ର ଏହି ନୂତନ ଷ୍ଟ୍ରେନ କମ ବୟସର ଲୋକଙ୍କୁ ସଂକ୍ରମଣ କରିବା ସହ ଶିଶୁମାନଙ୍କୁ ମଧ୍ୟ ଛାଡୁନି। କଅଁଳା ଶିଶୁ ମଧ୍ୟ ଏହି ମାରାତ୍ମକ ମହାମାରୀରୁ ବାଦ୍ ପଡୁନାହାନ୍ତି। ଏହାକୁ ଦୃଷ୍ଟିରେ ରଖି  କରୋନା ସଂକ୍ରମଣରୁ ଶିଶୁଙ୍କୁ ରକ୍ଷା ପାଇଁ ରାଜ୍ୟ ସରକାର କମିଟି ଗଠନ କରିଛନ୍ତି।  ଏଥିସହ ୧୮ ରୁ ୪୪ ବର୍ଷ ବୟସ ବର୍ଗଙ୍କୁ କୋଭିଡ୍ ସୁରକ୍ଷା ଲାଗି କମିଟି ଗଠନ କରାଯାଇଛି। ଏହାବାଦ୍ ରାଜ୍ୟର ସବୁ କୋଭିଡ୍ ହସ୍ପିଟାଲ୍‌ରେ ହେଲ୍ପ ଡେସ୍କ ବାଧ୍ୟତାମୂଳକ।

ରାଜ୍ୟ ସ୍ଵାସ୍ଥ୍ୟ ଓ  ପରିବାର କଲ୍ୟାଣ ବିଭାଗ ଦ୍ଵାରା ଡିଏମଇଟିଙ୍କ ଅଧ୍ୟକ୍ଷତାରେ ୮ ଜଣିଆ କମିଟି ଗଠନ ହୋଇଛି। ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ କମିଟିର ସଦସ୍ୟ ଆବାହକ ଅଛନ୍ତି। ଶିଶୁଙ୍କ କ୍ଷେତ୍ରରେ କରୋନା ସଂକ୍ରମଣ ବଢୁଥିବାରୁ କମିଟି ତର୍ଜମା କରିବ। ଡିଏଚଏସ ଓଡିଶାରୁ ଦୁଇ ଜଣ ସଦସ୍ୟ ରହିବେ। ଶିଶୁଙ୍କଠାରେ କରୋନାର କାରଣ ଓ ନିରାକରଣ ବୁଝିବ ଏହି କମିଟି। ଏ ନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ରବିବାର ନିର୍ଦ୍ଦେଶାନାମା ଜାରି ହୋଇଛି।

ଏଥିସହ ୧୮ ରୁ ୪୪ ବର୍ଷ ବୟସ ବର୍ଗଙ୍କୁ କୋଭିଡ୍ ସୁରକ୍ଷା ଲାଗି ରାଜ୍ୟ ସରକାର ଗୁରୁତ୍ଵାରୋପ କରିଛନ୍ତି।  ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଦ୍ଵାରା ୧୨ ଜଣିଆ କମିଟି ଗଠନ ହୋଇଛି। ଏହି ବର୍ଗ  ବ୍ୟକ୍ତିଙ୍କ ଟିକାକରଣ ତଦାରଖ କରିବ ଏହି କମିଟି। ସ୍ଵାସ୍ଥ୍ୟ ବିଭାଗ ପରାମର୍ଶଦାତା ଶ୍ରୀନାଥ ରେଡ୍ଡୀ କମିଟିର ଅଧ୍ୟକ୍ଷ ଅଛନ୍ତି। ବର୍ତ୍ତମାନ ରାଜ୍ୟ ସହ ଦେଶରେ ୧୮ ରୁ ୪୪ ବର୍ଷ ବର୍ଗ ଲୋକଙ୍କ ଟିକାକରଣ ଜାରି ରହିଛି।

ରାଜ୍ୟର ସବୁ କୋଭିଡ୍ ହସ୍ପିଟାଲ୍‌ରେ ହେଲ୍ପ ଡେସ୍କ ବାଧ୍ୟତାମୂଳକ କରିଛନ୍ତି ରାଜ୍ୟ ସରକାର। ସମସ୍ତ ଘରୋଇ ଓ ସରକାରୀ ଚିକିତ୍ସା କେନ୍ଦ୍ରରେ ସବୁ  ହେଲ୍‌ପ ଡେସ୍କରେ ଟୋଲ ଫ୍ରି ନମ୍ବର ରହିବ। ହେଲ୍‌ପ ଡେସ୍କ ଗୁଡିକ ସପ୍ତାହ ସାରା ୨୪ ଘଣ୍ଟା କାର୍ଯ୍ୟ କରିବ। ହେଲ୍ପ ଡେସ୍କର ସୁପରିଚାଳନା ପାଇଁ ସ୍ଵେଚ୍ଛାସେବୀଙ୍କ ସହାୟତା ନିଆଯିବ। ଏ ନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ନିର୍ଦ୍ଦେଶାନାମା ଜାରି ହୋଇଛି।

   Related Posts