Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

ବାଲିଗୁଡା ପୂର୍ବତନ ବିଧାୟକ ସାହୁରା ମଲ୍ଲିକଙ୍କ ପରଲୋକ

16/08/2019 at 8:48 AM

ବାଲିଗୁଡା ୧୬|୮: ପରଲୋକରେ ବାଲିଗୁଡାର ପୂର୍ବତନ ବିଧାୟକ ସାହୁରା ମଲ୍ଲିକ । ଆଜି ଭୋର ୪ଟାରେ ୮୫ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ଗତ କିଛି ଦିନ ହେଲା ସେ ଅସୁସ୍ଥ ଥିଲେ । ତାଙ୍କୁ ବାଲିଗୁଡା ହସ୍ପିଟାଲରେ ଭର୍ତ୍ତି ହୋଇଯାଇଥିଲା ।

ସାହୁରା ମଲ୍ଲିକ କଂଗ୍ରେସର ଜଣେ ଦକ୍ଷ ନେତା ଥିଲେ । ବାଲିଗୁଡା ନିର୍ବାଚନ ମଣ୍ଡଳୀରୁ ସେ ବିଧାନସଭାକୁ ୩ ଥର ନିର୍ବାଚିତ ହୋଇଥିଲେ । ୧୯୭୪ ମସିହାରୁ ୧୯୭୯, ୧୯୮୫ ରୁ ୧୯୯୫ ପର୍ଯ୍ୟନ୍ତ ସେ ବାଲିଗୁଡା ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ତାଙ୍କ ବିୟୋଗରେ, ବାଲିଗୁଡା ସମେତ କଂଗ୍ରେସ କର୍ମୀଙ୍କ ମହଲରେ ଶୋକର ଛାୟା ଖେଳିଯାଇଛି ।

   Related Posts