ବିଜେଡ଼ି ଛାଡ଼ିଲେ କରଞ୍ଜିଆର ପୂର୍ବତନ ବିଧାୟକ ବିଜୟ କୁମାର ନାଏକ, ସ୍ବାଧୀନ ଭାବେ ଲଢିବେ ନିର୍ବାଚନ

Published By : Prameya-News7 Bureau | April 30, 2024 IST

କରଞ୍ଜିଆ ୩୦।୪: ବିଜେଡି ଛାଡ଼ିଲେ କରଞ୍ଜିଆର ପୂର୍ବତନ ବିଧାୟକ ବିଜୟ କୁମାର ନାଏକ । ନିଜର ଶହ ଶହ ସମର୍ଥକଙ୍କ ଗହଣରେ ଏକ ସାମ୍ବାଦିକ ସମ୍ମିଳନୀ କରି ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ତଥା ଦଳର ସମସ୍ତ ଦାୟିତ୍ବରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ବିଜୟ କୁମାର ନାଏକ ।

୨୦୧୯ ଓ ୨୦୨୪ ନିର୍ବାଚନରେ ଦଳ ତାଙ୍କୁ ଅଣଦେଖା କରି ଟିକେଟ ଦେଲାନି । ତେଣୁ ସେ ଇସ୍ତଫା ଦେଇ ସ୍ଵାଧୀନ ବିଧାୟକ ପ୍ରାର୍ଥୀ ଭାବେ କରଞ୍ଜିଆ ନିର୍ବାଚନ ମଣ୍ଡଳୀରୁ ଲଢ଼ିବେ ବୋଲି ସୂଚନା ଦେଇଛନ୍ତି । ସେ ୨୦୦୯ ଓ ୨୦୧୪ ସାଧାରଣ ନିର୍ବାଚନରେ କରଞ୍ଜିଆ ନିର୍ବାଚନ ମଣ୍ଡଳୀରୁ ଦୁଇ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।

You Can Read :

ସ୍ତ୍ରୀର ତଣ୍ଟି କାଟି ହତ୍ୟା କରିଥିଲା ସ୍ବାମୀ, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.