Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୦ କୋଭିଡ୍ ସଂକ୍ରମିତ, ୩୩୪୩୦୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କଳିଙ୍ଗ ଝୋଟ କାରଖାନାରେ ଅଘଟଣ, ମେସିନରେ ଚାପି ହୋଇ ଶ୍ରମିକ ମୃତ
  • ||
  • ଭଞ୍ଜନଗର : ଘରୋଇ କଳି ହେଲା କାଳ, ଦାଦାର ଛୁରାମାଡ଼଼ରେ ଝିଆରୀ ଆହତ
  • ||
  • ପୁରୀ : ଆଜି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ, ଶ୍ରୀମନ୍ଦିର ଭିତରେ ଓ ବାହାରେ କରାଯାଉଛି ସାନିଟାଇଜ୍
  • ||
  • ବ୍ରିଜରେ ଝୁଲିଛି ଯାତ୍ରୀବାହୀ ବସ୍‌, ଅଳ୍ପକେ ବର୍ତ୍ତିଲେ ୫୦ରୁ ଅଧିକ ଯାତ୍ରୀ
  • ||
  • ଆଜିଠୁ ଖୋଲିଲା ଭିତରକନିକା, କୁମ୍ଭୀର ଗଣନା ପାଇଁ ଗତ ୧୫ ତାରିଖଠାରୁ ବନ୍ଦ ଥିଲା ଜାତୀୟ ଉଦ୍ୟାନ
  • ||

ଅରୁଣ ଜେଟଲୀଙ୍କ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ, ତାଙ୍କୁ ଦେଖିବାକୁ ଏମ୍ସରେ ପହଞ୍ଚୁଛନ୍ତି ବରିଷ୍ଠ ନେତା ଓ ମନ୍ତ୍ରୀ

17/08/2019 at 11:16 AM

ନୂଆଦିଲ୍ଲୀ ୧୭|୮: ଦିଲ୍ଲୀ ଏମ୍ସରେ ଗତ ୯ତାରିଖରୁ ଚିକିତ୍ସାଧୀନ ଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅରୁଣ ଜେଟଲୀଙ୍କ ଅବସ୍ଥା ଗୁରୁତର ହୋଇପଡିଛି । ଆଇସିୟୁରେ ଥିବା ଜେଟଲୀ ଏବେ ଶ୍ବାସକ୍ରିୟା ଜନିତ ସମସ୍ୟାର ସମ୍ମୁଖୀନ ହୋଇଛନ୍ତି । ଏହି କାରଣରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି ।

ଆଜି ସକାଳେ କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂହ ଏମ୍ସରେ ପହଞ୍ଚି ଜେଟଲୀଙ୍କ ସ୍ବାସ୍ଥ୍ୟବସ୍ଥା ସଂପର୍କରେ ପଚାରି ବୁଝିଥିଲେ । ଗତକାଲି ରାତିରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବଂ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ହର୍ଷବର୍ଦ୍ଧନ ଏମ୍ସରେ ପହଞ୍ଚି ଅରୁଣ ଜେଟଲୀଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଡାକ୍ତରଙ୍କଠାରୁ ପଚାରି ବୁଝିଛନ୍ତି । ପୂର୍ବରୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ସ୍ବରାଷ୍ଟ୍ର ବ୍ୟାପାର ରଷ୍ଟ୍ରମନ୍ତ୍ରୀ ଅଶ୍ବନୀ କୁମାର ଚୌବେ ଏମ୍ସରେ ଜେଟଲୀଙ୍କୁ ଭେଟିଥିଲେ ।

ସୂଚନାଯୋଗ୍ୟ ଯେ, ଜେଟଲୀ ପୂର୍ବରୁ ଜଣେ ଡାଇବେଟିସ୍ ରୋଗୀ ଥିଲେ । ତାଙ୍କର କିଡନୀ ଟ୍ରାନ୍ସପ୍ଲାଣ୍ଟ ମଧ୍ୟ କରାଯାଇଛି । କିଛି ଦିନ ତଳେ ତାଙ୍କୁ କ୍ୟାନସର ହୋଇଥିବା ମଧ୍ୟ ଜଣାପଡିଥିଲା । ସେ ଚିକିତ୍ସା ପାଇଁ ଆମେରିକା ମଧ୍ୟ ଯାଇଥିଲେ ।

   Related Posts