Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ବିଜେଡି ଛାଡିଲେ ପୂର୍ବତନ ମନ୍ତ୍ରୀ ସଞ୍ଜୀବ ସାହୁ

3/11/2021 at 6:14 PM

ଅନୁଗୋଳ ୩।୧୧: ଅନୁଗୋଳ ଜିଲ୍ଲା ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଜେଡି ବିଧାୟକ ସଂଜୀବ ସାହୁ ବିଜେଡି ପ୍ରାଥମିକ ସଭ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ନିଜର ବ୍ୟକ୍ତିଗତ କାରଣ ଦର୍ଶାଇ ଇସ୍ତଫା ଦେଇଥିବା କହିଛନ୍ତି । ସେ ପୂର୍ବରୁ ୪ ଥର ବିଧାୟକ ରହି ସାରିଥିବା କହିଛନ୍ତି । ୨ ଥର ବୀରମହାରାଜପୁର ଏବଂ ୨ ଥର ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀରୁ ବିଧାୟକ ହୋଇ ଦୁଇ ଥର ମନ୍ତ୍ରୀ ମଧ୍ୟ ହୋଇଥିଲେ । ୨୦୦୩ ଉପ ନିର୍ବାଚନରେ ବୀରମହାରାଜପୁର ଏବଂ ୨୦୦୪ରେ ବୀରମହାରାଜପୁର ବିଧାୟକ ହୋଇଥିଲେ । ୨୦୦୬ରେ ବିଜ୍ଞାନ କାରିଗରୀ, ଗଣଶିକ୍ଷା ମନ୍ତ୍ରୀ ସ୍ବାଧୀନ ଭାବେ ଏବଂ ୨୦୦୯ରେ ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀରୁ ଜିତିଥିଲେ ଏବଂ ପରିବହନ ମନ୍ତ୍ରୀ ହୋଇଥିଲେ।  ୨୦୧୪ରେ ମଧ୍ୟ ସେ ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀରୁ ଜିତି ବିଧାୟକ ହୋଇଥିଲେ । ସେ କେଉଁ ଦଳରେ ମିଶିବେ ତାହା ସ୍ପଷ୍ଟ କରି ନାହାନ୍ତି।  ଆଗାମୀ ସମୟରେ ନିଷ୍ପତ୍ତି ନେବେ ବୋଲି କହିଛନ୍ତି।

   Related Posts