Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ପରଲୋକରେ ପାଟଣାଗଡର ପୂର୍ବତନ ବିଧାୟକ ବିବେକାନନ୍ଦ ମେହେର

18/04/2021 at 10:03 AM

ପାଟଣାଗଡ,୧୮/୪- ବଲାଙ୍ଗିର ଜିଲ୍ଲା ପାଟଣାଗଡ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ବିବେକାନନ୍ଦ ମେହେରଙ୍କ ରବିବାର ୭୯ ବର୍ଷ ବୟସରେ ପରଲୋକ ହୋଇଯାଇଛି । ସେ ଗତ ୨ ବର୍ଷ ହେବ ଯକୃତ ଜନିତ ରୋଗରେ ପୀଡିତ ଥିଲେ । ପ୍ରାୟ ସମୟରେ ତାଙ୍କର ଡାଏଲିସିସ ଲାଗି ରହୁଥିଲା ।

ଶନିବାର ରାତିରେ ତାଙ୍କର ଦେହ ଅଧିକ ଅସୁସ୍ଥ ହେବାରୁ ଚିକିତ୍ସା ପାଇଁ କଟକ ନେବାବେଳେ ରାସ୍ତାରେ ତାଙ୍କ ମୃତ୍ୟୁ ହୋଇଥିଲା । ତାଙ୍କ ପରଲୋକ ଖବର ପାଇବା ପରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳି ଯାଇଛି । ସ୍ୱର୍ଗତ ମେହେର ପାଟଣାଗଡ ନିର୍ବାଚନ ମଣ୍ଡଳୀରୁ ୨ ଥର ବିଧାୟକ ମନୋନୀତ ହୋଇଥିଲେ । ସପ୍ତମ ବିଧାନ ସଭା ୧୯୭୭ ମସିହାରୁ ୧୯୮୦ ମସିହା ପର୍ଯ୍ୟନ୍ତ ଏବଂ ଦଶମ ବିଧାନ ସଭା ୧୯୯୦ରୁ ୧୯୯୫ ମସିହା ପର୍ଯ୍ୟନ୍ତ ଜନତା ଦଳରୁ ଟିକେଟ ପାଇ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।

ସେ ୧୯୮୧ ରୁ ୧୯୮୩ ମସିହା ପର୍ଯ୍ୟନ୍ତ ଜନତା ଦଳ ତରଫରୁ ବଲାଙ୍ଗିର ଜିଲ୍ଲା ସଭାପତି ଭାବେ ମଧ୍ୟ କାର୍ଯ୍ୟ ତୁଲାଇଥିଲେ । ବିଧାନସଭାର ଡେପୁଟି ଚିଫ୍ ହ୍ୱିପ ଭାବରେ ୧୯୭୭ ରେ ତାଙ୍କୁ ଦାୟିତ୍ୱ ମିଳିଥିଲା । ଗତ ବିଧାନସଭା ନିର୍ବାଚନ ପୂର୍ବରୁ ସେ ବିଜୁ ଜନତା ଦଳରେ ସାମିଲ ହୋଇଥିଲେ । ସେ ଜଣେ ଟାଣୁଆ ନେତା ଭାବେ ଅଂଚଳରେ ବେଶ ପରିଚିତ ଥିଲେ । ତାଙ୍କ ବିୟୋଗ ପାଟଣାଗଡ ଅଂଚଳ ପାଇଁ ଏକ ଅପୁରଣୀୟ କ୍ଷତି ହୋଇ ରହିବ ବୋଲି ଅନେକ ମତପ୍ରକାଶ କରିଛନ୍ତି ।

   Related Posts