କଂଗ୍ରେସରୁ ବହିଷ୍କୃତ ହେଲେ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ

Published By : Prameya-News7 Bureau | December 06, 2021 IST

ଭୁବନେଶ୍ବର ୬।୧୨: କଂଗ୍ରେସରୁ ବହିଷ୍କୃତ ହେଲେ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ । ଦଳ ବିରୋଧୀ କାର୍ଯ୍ୟ, ବିଶୃଙ୍ଖଳିତ ଆଚରଣ ପାଇଁ ବହିଷ୍କୃତ ହୋଇଛନ୍ତି । ତଳସରାରୁ କଂଗ୍ରେସର ପୂର୍ବତନ ବିଧାୟକ ଥିଲେ । କଂଗ୍ରେସର ଟାଣୁଆ ଆଦିବାସୀ ନେତା ଥିଲେ ପ୍ରଫୁଲ୍ଲ ମାଝୀ । ସେ ତଳସରା ବିଧାନସଭା ନିର୍ବାଚନମଣ୍ଡଳୀରରୁ ୩ ଥର ବିଧାୟକ ଥିଲେ ପ୍ରଫୁଲ୍ଲ ମାଝୀ । ତେବେ ପ୍ରଫୁଲ୍ଲ ମାଝି କଂଗ୍ରେସ ଛାଡି ବିଜେଡିରେ ଯୋଗଦେବା ନେଇ ପୂର୍ବରୁ ଚର୍ଚ୍ଚା ହେଉଥିଲା । କଂଗ୍ରେସରୁ ବହିଷ୍କୃତ ହେବା ପରେ ଏବେ ସେ କେଉଁ ଦଳକୁ ଯିବେ ତାହା ସ୍ପଷ୍ଟ ହୋଇନାହିଁ ।  

ତଳସରା ନିର୍ବାଚନମଣ୍ଡଳୀରୁ ଲଗାତାର ୩ ଥର ବିଧାୟକ ନିର୍ବାଚିତ ହୋଇ ହ୍ୟାଟ୍ରିକ ମାରିଥିଲେ ପ୍ରଫୁଲ୍ଲ ମାଝୀ । ୨୦୦୬ରେ ତାଙ୍କ ରାଜନୈତିକ କ୍ୟାରିୟର ଆରମ୍ଭ ହୋଇଥିଲା । ୨୦୦୬ ଉପନିର୍ବାଚନରେ ପ୍ରଫୁଲ୍ଲ ମାଝୀ ତଳସରାରୁ ବିଜୟୀ ହୋଇଥିଲେ ।  ଏହାପରେ ୨୦୦୯ ଓ ୨୦୧୪ ବିଧାନସଭା ନିର୍ବାଚନରେ ସେ ବିଜୟୀ ହୋଇଥିଲେ। କିନ୍ତୁ ୨୦୧୯ରେ ବିଜେପି ପ୍ରାର୍ଥୀ ଭବାନୀ ଶଙ୍କର ଭୋଇଙ୍କଠାରୁ ହାରିଯାଇଥିଲେ ପ୍ରଫୁଲ୍ଲ ମାଝୀ ।

କଂଗ୍ରସର ଟାଣୁଆ ଆଦିବାସୀ ନେତା ନବରଙ୍ଗପୁରର ପୂର୍ବତନ ସାଂସଦ ପ୍ରଦୀପ ମାଝୀ ଦଳ ଛାଡିବା ପରେ ପ୍ରଫୁଲ୍ଲ ମାଝୀଙ୍କୁ ଦଳରୁ ବହିଷ୍କୃତ କରିବା ଦଳ ପାଇଁ ବଡ କ୍ଷତି ବୋଲି ରାଜନୈତିକ ମହଲରେ ମତ ପ୍ରକାଶ ପାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.