Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଟବଲର ଡିଏଗୋ ମାରାଡୋନାଙ୍କ ପରଲୋକ, ୩ ଦିନ ପୂର୍ବେ ପାଳିଥିଲେ ୬୦ତମ ଜୟନ୍ତୀ
  • ||
  • ଦୈନିକ ଆକ୍ରାନ୍ତ ତୂଳନାରେ ଆଜି କମିଲା ସୁସ୍ଥ ସଂଖ୍ୟା, ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୭୨୮
  • ||
  • ଯୋଡାମୁଣ୍ଡ ଶିଶୁ କାଳିଆର ମୃତ୍ୟୁ, ଏସସିବିରେ ଦୀର୍ଘ ଦିନ ଧରି ଥିଲେ ଚିକିତ୍ସାଧୀନ, ସୁସ୍ଥ ଅଛି ଜଗା
  • ||
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||

ପାକିସ୍ତାନର କ୍ରିକେଟର୍ ଶାହିଦ ଆଫ୍ରିଦିଙ୍କୁ କରୋନା : ଟ୍ବିଟ୍ କରି ଦେଲେ ସୂଚନା

13/06/2020 at 2:19 PM

ନୂଆଦିଲ୍ଲୀ ୧୩/୬: ପାକିସ୍ତାନ କ୍ରିକେଟ୍ ଟିମର ପୂର୍ବତନ ଅଧିନାୟକ ଶାହିଦ ଆଫ୍ରିଦି କରୋନା ଭାଇରସରେ ସଂକ୍ରମିତ ହୋଇଛନ୍ତି। ପୂର୍ବତନ କ୍ରିକେଟର ଶାହିଦ ଆଫ୍ରିଦି କରୋନା ଟେଷ୍ଟ୍ କରାଇ ଥିଲେ। ତାଙ୍କ ରିପୋର୍ଟ ପଜିଟିଭ ଆସିଛି। ସେ ଟ୍ବିଟ୍ କରି କହିଛନ୍ତି ସେ ଶୀଘ୍ର ଭଲ ହୋଇଯିବାକୁ ଲୋକେ ପ୍ରାର୍ଥନା କରନ୍ତୁ।

ଆଫ୍ରିଦି ଟ୍ବିଟ୍ କରିଛନ୍ତି ଯେ ସେ ଗୁରୁବାରଠାରୁ ଅସୁସ୍ଥ ଅନୁଭବ କରୁଛନ୍ତି। ତାଙ୍କ ଶରୀରରେ ଅତ୍ୟଧିକ ଯନ୍ତ୍ରଣା ହେଉଥିଲା। ତାଙ୍କ କରୋନା ଟେଷ୍ଟ୍ ହୋଇଥିଲା ଏବଂ ଦୁର୍ଭାଗ୍ୟବଶତଃ ରିପୋର୍ଟ ପଜିଟିଭ ଆସିଥିଲା। ଶୀଘ୍ର ସୁସ୍ଥ ହେବା ପାଇଁ ପ୍ରାର୍ଥନାର ଆବଶ୍ୟକତା ରହିଛି।

ନିଜ ଦ୍ରୃତ ବୋଲିଂ ପାଇଁ ଜଣା ଯାଉଥିବା ଆଫ୍ରିଦି ସୋସିଆଲ୍ ମିଡିଆରେ ସବୁବେଳେ ଆକ୍ଟିଭ ରୁହନ୍ତି। ସେ ନିଜ ବୟାନକୁ ନେଇ ମଧ୍ୟ ଚର୍ଚ୍ଚାରେ ରୁହନ୍ତି। ଆଫ୍ରିଦି କିଛି ଦିନ ତଳେ କାଶ୍ମୀର ଏବଂ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିଲେ, ଯାହା ପରେ ପୂର୍ବତନ ଭାରତୀୟ ଖେଳାଳୀ ଯୁବରାଜ ସିଂହ ଏବଂ ହରଭଜନ ସିଂହ ତାଙ୍କ ସହ ସମ୍ପର୍କ ଭାଙ୍ଗି ଦେଇଥିଲେ।

   Related Posts