Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ମକର ଯାତ୍ରାରୁ ନାବାଳିକାଙ୍କୁ ଟେକି ନେଇ ନଦୀପଠାରେ ଗଣଦୁଷ୍କର୍ମ, ଥାନାରେ ଏତଲା, ଭାଇରାଲ୍ ଭିଡିଓ ନେଇ ପୋଲିସର ଛାନଭିନ୍
  • ||
  • କେନ୍ଦ୍ରାପଡା : ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ, ସିଡିଏମ୍‌ଓଙ୍କ କାର୍ଯ୍ୟାଳୟ ଆଗରେ ମୃତଦେହ ରଖି ପରିବାର ଲୋକଙ୍କ ଧାରଣା
  • ||
  • ବୌଦ୍ଧ : ATMରୁ ବାହାରିଲା କାଗଜ ପେଷ୍ଟ ଥିବା ୨୦ଟି ୫ଶହ ଟଙ୍କିଆ ନୋଟ୍, ଫେରସ୍ତ ନେବାକୁ ମନାକଲା ବ୍ୟାଙ୍କ୍ !
  • ||
  • ଭୁବନେଶ୍ବର : ରାଜ୍ୟରେ ବୁଧବାରଠୁ ପୁଣି ଟିକାକରଣ, ଟିକା ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ଜଣ ସ୍ଵାସ୍ଥ୍ୟକର୍ମୀ
  • ||
  • ସମ୍ବଲପୁର : କିନ୍ନରଙ୍କଠାରୁ ୩ବର୍ଷର ଶିଶୁ କନ୍ୟାକୁ ଉଦ୍ଧାର କଲା ଚାଇଲ୍ଡ ଲାଇନ୍, ଚୋରି ସନ୍ଦେହ
  • ||
  • ଭୁବନେଶ୍ବର : STF ପଞ୍ଝାରେ ଧଳା ଜହର ବେପାରୀ, କୋଟିଏରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ
  • ||
  • ନବରଙ୍ଗପୁର : ଚଳନ୍ତା କାର୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଢେଙ୍କାନାଳ : ହାତୀ ପୁଣି ନେଲା ଆଉ ଜଣଙ୍କ ଜୀବନ, ଶୌଚ ହେବାକୁ ଯାଇଥିବା କଚାଡି ମାରିଲା ଦନ୍ତା
  • ||
  • ବଲାଙ୍ଗୀର : ବିଚାରାଧୀନ କଏଦୀ ମୃତ, ହତ୍ୟା ମାମଲାରେ ଥିଲେ ଅଭିଯୁକ୍ତ
  • ||
  • ଶହେ ତଳକୁ ଖସିଲା ଦୈନିକ ସଂକ୍ରମିତଙ୍କ ସଂଖ୍ୟା : ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୯ କୋଭିଡ୍ ପଜିଟିଭ୍‌, ୩୩୪୫୨୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ, ଦିଲ୍ଲୀ ଅଟଳ ସ୍ମୃତିପୀଠରେ ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

16/08/2019 at 9:30 AM

ନୂଆଦିଲ୍ଲୀ ୧୬|୮: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀ । ବିଜେପିର ପ୍ରତିଷ୍ଠାତା ସଦସ୍ୟ ସ୍ୱର୍ଗତ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ଦଳର ବରିଷ୍ଠ ନେତାମାନଙ୍କ ସହିତ କର୍ମକର୍ତ୍ତାମାନେ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ଏହି ଅବସରରେ ନୂଆଦିଲ୍ଲୀ ସ୍ଥିତ ଅଟଳ ସ୍ମୁତିପୀଠରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା, ବିଜେପି କାର୍ଯ୍ୟକାରୀ ଅଧ୍ୟକ୍ଷ ଜେପି ନଡ୍ଡା ବାଜପେୟୀଙ୍କ ସ୍ମୁତିପୀଠରେ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।

ସେହିପରି ଝିଅ ନମିତା କାଉଲ ଭଟ୍ଟାଚାର୍ଯ୍ୟ ଓ ନାତୁଣୀ ନିହାରୀକା ମଧ୍ୟ ‘ସଦୈବ ଅଟଳ’ସ୍ଥଳକୁ ପହଂଚି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ଏହା ପୂର୍ବରୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସ୍ୱର୍ଗତ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି ।

ଅଟଳ ବିହାରୀ ବାଜପେୟୀଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ନେଇ ଭାରତୀୟ ଜନତା ପାର୍ଟି ଏକ ସପ୍ତାହ ପୂର୍ବରୁ ପ୍ରସ୍ତୁତ ଆରମ୍ଭ କରି ଦେଇଥିଲା ।  ସ୍ୱର୍ଗତ ବାଜପେୟୀ ଗତ ବର୍ଷ ଆଜିର ଦିନରେ ଦିଲ୍ଲୀସ୍ଥିତ ଏମ୍ସରେ ପରଲୋକ ହୋଇଥିଲା ।ଭାରତୀୟ ଜନତା ପାର୍ଟି ବାଜପେୟୀଙ୍କୁ ଆଜି ଦେଶବ୍ୟାପୀ ଶ୍ରଦ୍ଧାଞ୍ଜଳି ଦେଉଛି । ବାଜପେୟୀଙ୍କ ସ୍ମୁତିରେ କିଛି ସ୍ଥାନରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି ।

ବାଜପେୟୀ ଥିଲେ ୧୩ ଦିନର ପ୍ରଧାନମନ୍ତ୍ରୀ। ୧୩ ମାସର ପ୍ରଧାନମନ୍ତ୍ରୀ। ଆଉ ପୁଣି ୬୩ ବର୍ଷ ଧରି ଭାରତୀୟ ରାଜନୀତିର ଶିଖର ପୁରୁଷ। ଏହି ଜନନାୟକ ଲୋକଙ୍କ ଭୋଟ ନୁହେଁ, ମନ ଜିତିଥିଲେ । ସ୍ୱାଧୀନ ଭାରତର ରାଜନୀତିକ ଆକାଶରେ ସବୁଠାରୁ ଦୀର୍ଘ ସମୟ ପର୍ଯ୍ୟନ୍ତ ଚମକିଥିବା ତାରକା ହେଉଛନ୍ତି ବାଜପେୟୀ। ଆଜି ସେହି ମହାନ ଜନନାୟକଙ୍କର ପୁଣ୍ୟତିଥି। ଆଜି ସବୁଠି ତାଙ୍କର ପାଳନ ହେଉଛି ଶ୍ରାଦ୍ଧ ଦିବସ। ଜଣେ ତୁଙ୍ଗ ଜାତୀୟ ନେତା, ବିଚକ୍ଷଣ ରାଜନୀତିଜ୍ଞ, ନିଃସ୍ୱାର୍ଥପର ସାମାଜିକ କର୍ମୀ, ବଳିଷ୍ଠ ବକ୍ତା, କବି ଓ ସାହିତ୍ୟିକ, ସାମ୍ବାଦିକ ଏବଂ ନିର୍ବିବାଦରେ ଜଣେ ବିବିଧ ପ୍ରତିଭାଧାରୀ ବ୍ୟକ୍ତିତ୍ୱ ଥିଲେ ଅଟଳ। ତାଙ୍କର ପ୍ରତ୍ୟେକ କାର୍ଯ୍ୟରେ ଜାତୀୟତାବାଦର ଝଲକ ବାରି ହୁଏ। ମଧ୍ୟପ୍ରଦେଶର ଗ୍ୱାଲିୟରରେ ୧୯୨୪ ଡିସେମ୍ବର ୨୫ତାରିଖରେ ଜନ୍ମଗ୍ରହଣ କରିଥିଲେ ବାଜପେୟୀ। ତାଙ୍କ ପିତାଙ୍କ ନାମ ଥିଲା କୃଷ୍ଣ ବିହାରୀ ବାଜପେୟୀ ଓ ମାତା ଥିଲେ କୃଷ୍ଣା ଦେବୀ।

   Related Posts