Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟର ସମସ୍ତ ସହରାଞ୍ଚଳରେ ଶନିବାର ଓ ରବିବାର ସଟ୍‌ଡାଉନ୍‌
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୧୫୦୩ କରୋନା ଆକ୍ରାନ୍ତ
  • ||
  • ଭଦ୍ରକ : ଚାକିରୀରୁ ବିଦା ହେଲେ ରସିକିଆ ଶିକ୍ଷକ, ହ୍ବାଟସଆପ୍ ଗ୍ରୁପରେ ପଠାଇଥିଲେ ନିଜ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ
  • ||
  • ଆନନ୍ଦପୁର : ବାଲି ଗାଡି ମାଲିକଙ୍କୁ ହାବିଲଦାର ମାଗୁଥିଲେ ଚାନ୍ଦା, ଆଜି ଶୁଣିଲା ପରେ ଏସପି କଲେ ସସପେଣ୍ଡ
  • ||
  • ସମ୍ବଲପୁର : ବିଗୁଡୁଛି କରୋନା ସ୍ଥିତି : ଭୀମସାର କୋଭିଡ୍ ହସ୍ପିଟାଲର ବଢିବ ଶଯ୍ୟା, ଚାଲିଛି ଦ୍ବିତୀୟ ହସ୍ପିଟାଲ କାମ
  • ||
  • ଜଳେଶ୍ବର : ବସ୍ତା ଷ୍ଟେସନରେ ଏକ୍ସପ୍ରେସ୍ ଟ୍ରେନ୍ ରହଣି ଦାବି, ରେଳରୋକ କଲେ ସ୍ଥାନୀୟ ବାସିନ୍ଦା
  • ||
  • ମହାକାଳପଡା : କେନ୍ଦ୍ରାପଡାରେ ତାଣ୍ଡବ ରଚିଲା କାଳବୈଶାଖୀ, ବଜ୍ରପାତରେ ଚାଲିଗଲା ଜଣଙ୍କ ଜୀବନ
  • ||
  • ଖଲ୍ଲିକୋଟ : ବରଗଛ ମୂଳରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର
  • ||
  • ନବରଙ୍ଗପୁର : ୧୦ଦିନ ପରେ ହୋଇଥାନ୍ତା ବାହାଘର, ଗଛରେ ଓଢଣୀ ବାନ୍ଧି ପ୍ରେମିକ ସହ ଝୁଲିପଡିଲେ ଯୁବତୀ
  • ||
  • ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ୍‌ଙ୍କ ଭାରତ ଗସ୍ତ ବାତିଲ
  • ||

ପୂର୍ବତନ ରାଷ୍ଟ୍ରପତି ଡକ୍ଟର ଏପିଜେ ଅବଦୁଲ କାଲାମଙ୍କ ବଡଭାଇଙ୍କ ଦେହାନ୍ତ, ୧୦୪ ବର୍ଷରେ ଆଖି ବୁଜିଲେ ମହମ୍ମଦ ମୁଥୁ

7/03/2021 at 9:40 PM

ନୂଆଦିଲ୍ଲୀ ୦୭/୦୩ : ପୂର୍ବତନ ରାଷ୍ଟ୍ରପତି ତଥା ଭାରତ ରତ୍ନ ଡକ୍ଟର ଏପିଜେ ଅବଦୁଲ କାଲାମଙ୍କ ବଡ ଭାଇ ମହମ୍ମଦ ମୁଥୁ ମୀରା ଲିବ୍ବେଇ ମରେକୟରଙ୍କର ଦେହାନ୍ତ ହୋଇଛି । ତାମିଲନାଡୁର ରାମେଶ୍ବରମରେ ନିଜ ବାସଭବନରେ ୧୦୪ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ମହମ୍ମଦ ମୁଥୁ ଦୀର୍ଘଦିନ ହେଲା ବାର୍ଦ୍ଧକ୍ୟଜନୀତ ରୋଗରେ ପୀଡିତ ଥିଲେ । ରବିବାର ସନ୍ଧ୍ୟା ୭ଟା ସମୟରେ ତାଙ୍କର ଦେହାନ୍ତ ହୋଇଯାଇଥିବା ସୂଚନା ମିଳିଛି ।

ଏହା ପୂର୍ବରୁ ୨୦୧୫ ମସିହା ଜୁଲାଇ ୨୭ ତାରିଖରେ ପୂର୍ବତନ ରାଷ୍ଟ୍ରପତି ତଥା ଭାରତ ରତ୍ନ ଡକ୍ଟର ଏପିଜେ ଅବଦୁଲ କାଲାମ ଦେହାନ୍ତ ହୋଇଥିଲା । ଅବଦୁଲ କାଲାମଙ୍କ ପିତା ଜଣେ ନାବିକ ଥିଲେ । ଡକ୍ଟର ଏପିଜେ ଅବଦୁଲ କାଲାମ ଓ ମହମ୍ମଦ ମୁଥୁଙ୍କ ସମେତ ୫ ଭାଇ ଏବଂ ୫ ଭଉଣୀଙ୍କ ପିଲାଦିନ ବହୁ କଷ୍ଟରେ ବିତିଥିଲା ।

   Related Posts