Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

ଭେଣ୍ଟିଲେଟରରେ ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂହ, ନଜର ରଖିଛନ୍ତି ସ୍ବତନ୍ତ୍ର ଡାକ୍ତରୀ ଟିମ୍

24/07/2021 at 3:26 PM

ଲକ୍ଷ୍ନୌ ୨୪/୦୭ : ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂହଙ୍କ ସ୍ବାସ୍ଥ୍ୟବସ୍ଥା ଗମ୍ଭୀର ରହିଛି । ସ୍ବାସ୍ଥ୍ୟବସ୍ଥାରେ କୌଣସି ସୁଧାର ଆସିନଥିବା ଚିକିତ୍ସା କରୁଥିବା ଡାକ୍ତର କହିଛନ୍ତି । ବର୍ତ୍ତମାନ ତାଙ୍କୁ ଲାଇଫ୍‌ ସପୋର୍ଟ ସିଷ୍ଟମ୍‌ରେ ରଖାଯାଇଛି । ସଞ୍ଜୟ ଗାନ୍ଧୀ ପୋଷ୍ଟ ଗ୍ରାଜୁଏଟ୍‌ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ ପକ୍ଷରୁ ଏହି ବୟାନ ଜାରି କରାଯାଇଛି ।

ମେଡିକାଲ ପକ୍ଷରୁ ଜାରି ବୟାନରେ କୁହାଯାଇଛି ଯେ, କଲ୍ୟାଣ ସିଂହଙ୍କୁ ମେଡିସିନ୍, କାର୍ଡିଓଲୋଜୀ, ନେଫ୍ରୋଲୋଜୀ, ନ୍ୟୁରୋଲୋଜୀ ଏବଂ ଏଣ୍ଡକ୍ରିନୋଲୋଜୀ ବିଭାଗର ଡାକ୍ତରୀ ଟିମ ଲଗାତାର ଭାବେ ତାଙ୍କର ସ୍ବାସ୍ଥ୍ୟବସ୍ଥା ଉପରେ ନଜର ରଖିଛନ୍ତି । ଏ ନେଇ ସୂଚନା ଦେଇଛନ୍ତି ମେଡିକାଲ ନିର୍ଦେଶକ ପ୍ରଫେସର ଆରକେ ଧୀମାନ ।

୮୯ ବର୍ଷୀୟ ବରିଷ୍ଠ ବିଜେପି ନେତା କଲ୍ୟାଣ ସିଂହଙ୍କୁ ଗତ ଜୁଲାଇ ୪ ତାରିଖରେ ଅସୁସ୍ଥ ହୋଇପଡିବା ପରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଏହା ପୂର୍ବରୁ ରାମ ମନୋହର ଲୋହିଆ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିଲା । ଉତ୍ତର ପ୍ରଦେଶର ତମାମ ବିଜେପି ନେତା କଲ୍ୟାଣ ସିଂହଙ୍କ ଆସୁ ଆରୋଗ୍ୟ କାମନା କରୁଛନ୍ତି । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ରାଜ୍ୟପାଳ ଅନନ୍ଦୀବେନ ପଟେଲ ହସ୍ପିଟାଲରେ ପହଞ୍ଚି କଲ୍ୟାଣ ସିଂହଙ୍କ ସ୍ବାସ୍ଥ୍ୟବସ୍ଥା ବିଷୟ​‌ରେ ପଚାରି ବୁଝିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଫୋନ କରି ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସହିତ କଥା ହୋଇଛନ୍ତି ।  

   Related Posts