କଂଗ୍ରେସରେ ମିଶିଲେ ଭୀମ୍‌ସାରର ପୂର୍ବତନ ନିର୍ଦ୍ଦେଶକ ଅଶ୍ବିନୀ ପୂଜାହାରୀ

Published By : Prameya-News7 Bureau | March 24, 2019 IST

ଭୁବନେଶ୍ବର ୨୪|୩ : କଂଗ୍ରେସରେ ଯୋଗଦେଇଛନ୍ତି ଭୀମସାରର ପୂର୍ବତନ ନିର୍ଦ୍ଦେଶକ ଅଶ୍ବିନୀ ପୂଜାହାରୀ  । କଂଗ୍ରେସ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ସେ ବିଧିବଦ୍ଧ ଭାବେ କଂଗ୍ରେସ ଦଳରେ ଯୋଗଦେଇଛନ୍ତି । ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଉପସ୍ଥିତିରେ ଅଶ୍ବିନୀ ପୂଜାହାରୀ ଦଳରେ ଯୋଗଦେଇଛନ୍ତି । ସମ୍ବଲପୁର ଜିଲ୍ଲାର କୌଣସି ଏକ ଆସନରୁ ସେ ନିର୍ବାଚନ ଲଢିବା ନେଇ ଚର୍ଚ୍ଚା ହେଉଛି ।

ସୂଚନାଯୋଗ୍ୟ ଯେ, ଡାକ୍ତର ଅଶ୍ବିନୀ ପୂଜାହାରୀ ଭୀମସାରର ନିର୍ଦ୍ଦେଶକ ଥିବାବେଳେ ବହୁ ସଂସ୍କାରମୂଳକ ପଦକ୍ଷେପ ଗ୍ରହଣ କରିଥିଲେ । ତାକୁ ନେଇ ମଧ୍ୟ ସେ ଖୁବ୍ ଚର୍ଚ୍ଚାରେ ରହିଥିଲେ । ତାଙ୍କ ନାମରେ ଲୁଣ ଚିକିତ୍ସା ଅଭିଯୋଗ ଆସିବା ପରେ ସରକାର ତାଙ୍କୁ ଅନିର୍ଦ୍ଦିଷ୍ଟ କାଳ ଯାଏଁ ଛୁଟିରେ ରହିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହାର ଅଳ୍ପ କିଛି ଦିନ ପରେ ଡାକ୍ତର ପୂଜାହାରୀ ନିଜ ତରଫରୁ ଚାକିରିରୁ ଇସ୍ତଫା ଦେଇଥିଲେ।

ଚାକିରିରୁ ଇସ୍ତଫା ଦେବା ପରେ ଭୀମସାରର ପୂର୍ବତନ ନିର୍ଦ୍ଦେଶକ ଡାକ୍ତର ପୂଜାହାରୀ ରାଜନୀତିରେ ଯୋଗ ଦେବେ ବୋଲି ସର୍ବସାଧାରଣ ଆଲୋଚନା ହେଉଥିଲା। କିନ୍ତୁ ସେ କେଉଁ ଦଳରେ ଯୋଗଦେବେ ତାହା ସ୍ପଷ୍ଟ କରିନଥିଲେ । ଶେଷରେ ସେ ଆଜି କଂଗ୍ରେସରେ ଯୋଗ ଦେଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.