Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

କଂଗ୍ରେସରେ ଯୋଗଦେବେ ଭୀମସାରର ପୂର୍ବତନ ନିର୍ଦ୍ଦେଶକ ଅଶ୍ବିନୀ ପୂଜାହାରୀ

24/03/2019 at 10:56 AM

ଭୁବନେଶ୍ବର ୨୪|୩ : କଂଗ୍ରେସରେ ଯୋଗଦେବେ ଭୀମସାରର ପୂର୍ବତନ ନିର୍ଦ୍ଦେଶକ ଅଶ୍ବିନୀ ପୂଜାହାରୀ  । ଦିନ ୧୧.୩୦ରେ କଂଗ୍ରେସ ଭବନରେ ମିଶ୍ରଣ ପର୍ବରେ ସେ ବିଧିବଦ୍ଧ ଭାବେ କଂଗ୍ରେସ ଦଳରେ ଯୋଗଦେବେ । କଂଗ୍ରେସର ରାଜ୍ୟ ଅସ୍ଥାୟୀ ପ୍ରଭାରୀ ଟି.ଏସ୍‌ ସିଂହଦେଓ ଏବଂ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଉପସ୍ଥିତିରେ ଅଶ୍ବିନୀ ପୂଜାହାରୀ ଦଳରେ ଯୋଗଦେବେ । ସମ୍ବଲପୁର ଜିଲ୍ଲାର କୌଣସି ଏକ ଆସନରୁ ସେ ନିର୍ବାଚନ ଲଢିବା ନେଇ ଚର୍ଚ୍ଚା ହେଉଛି ।

ସୂଚନାଯୋଗ୍ୟ ଯେ, ଡାକ୍ତର ଅଶ୍ବିନୀ ପୂଜାହାରୀ ଭୀମସାରର ନିର୍ଦ୍ଦେଶକ ଥିବାବେଳେ ବହୁ ସଂସ୍କାରମୂଳକ ପଦକ୍ଷେପ ଗ୍ରହଣ କରିଥିଲେ । ତାକୁ ନେଇ ମଧ୍ୟ ସେ ଖୁବ୍ ଚର୍ଚ୍ଚାରେ ରହିଥିଲେ । ତାଙ୍କ ନାମରେ ଲୁଣ ଚିକିତ୍ସା ଅଭିଯୋଗ ଆସିବା ପରେ ସରକାର ତାଙ୍କୁ ଅନିର୍ଦ୍ଦିଷ୍ଟ କାଳ ଯାଏଁ ଛୁଟିରେ ରହିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହାର ଅଳ୍ପ କିଛି ଦିନ ପରେ ଡାକ୍ତର ପୂଜାହାରୀ ନିଜ ତରଫରୁ ଚାକିରିରୁ ଇସ୍ତଫା ଦେଇଥିଲେ।

ଚାକିରିରୁ ଇସ୍ତଫା ଦେବା ପରେ ଭୀମସାରର ପୂର୍ବତନ ନିର୍ଦ୍ଦେଶକ ଡାକ୍ତର ପୂଜାହାରୀ ରାଜନୀତିରେ ଯୋଗ ଦେବେ ବୋଲି ସର୍ବସାଧାରଣ ଆଲୋଚନା ହେଉଥିଲା। କିନ୍ତୁ ସେ କେଉଁ ଦଳରେ ଯୋଗଦେବେ ତାହା ସ୍ପଷ୍ଟ ହୋଇନଥିଲା । ଶେଷରେ ସେ କଂଗ୍ରେସରେ ଯୋଗ ଦେବେ ବୋଲି ନିଷ୍ପତ୍ତି ନେଇଛନ୍ତି ।

   Related Posts