Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ଭାରସାମ୍ୟ ହରାଇ ବ୍ରିଜ୍ ଉପରୁ ୨୦ଫୁଟ ତଳକୁ ଖସିଲା ବାଇକ୍, ୨ ଗୁରୁତର
  • ||
  • ନୀଳଗିିରି : ବିଦ୍ୟୁତ ବିଲ୍ ବୃଦ୍ଧି ପ୍ରତିବାଦରେ ସିପିଆଇର ରାସ୍ତାରୋକ
  • ||
  • ଢେଙ୍କାନାଳ : ମାଛ ଧରିବାକୁ ଯାଇ ନଦୀରେ ବୁଡିଗଲେ ମାଛ ଧରାଳି, ଚାଲିଗଲା ଜୀବନ
  • ||
  • ଭୁବନେଶ୍ବର : ଖରା ପାଇଁ ପାନୀୟ ଜଳ ବିଭାଗର ଛୁଟି ବାତିଲ
  • ||
  • ୨ ବିଶ୍ୱବିଦ୍ୟାଳୟରେ ନୂଆ କୁଳପତି, ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ
  • ||
  • ଭୁବନେଶ୍ବର : ଡାକ୍ତରଖାନା ପାଇଁ କୋଭିଡ୍ ଗାଇଡ୍‌ଲାଇନ୍, ଆବଶ୍ୟକତା ନଥିଲେ ସଂକ୍ରମିତଙ୍କୁ ଆଡମିଶନ ମନା
  • ||
  • ସରିଲା ରାଜ୍ୟ କ୍ୟାବିନେଟ୍‌ ବୈଠକ, ୯ଟି ପ୍ରସ୍ତାବ ଉପରେ ବାଜିଲା ମୋହର
  • ||
  • ଭୁବନେଶ୍ବର : BMCର ପେଡ୍ କ୍ବାରେଣ୍ଟାଇନ୍ ବ୍ୟବସ୍ଥା, ନନ୍ ଏସି ୧୦୯୯ ଓ ଏସି ରୁମ୍ ୧୪୯୯ ଟଙ୍କା
  • ||
  • ଭୁବନେଶ୍ବର : ପିପିଲି ହିଂସା ଘଟଣା, ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେଡି
  • ||
  • କରଞ୍ଜିଆ : ବିଡିଓଙ୍କ ମନମୁଖୀ କାର୍ଯ୍ୟକୁ ବିରୋଧ, ବ୍ଲକ କାର୍ଯ୍ୟାଳୟରେ ତାଲା ପକାଇ ନିର୍ବାଚିତ ଜନ ପ୍ରତିନିଧିଙ୍କ ଧାରଣା ୪ର୍ଥ ଦିନରେ
  • ||

ବିଜେଡିର ୪ ପ୍ରାର୍ଥୀ ରାଜ୍ୟସଭାକୁ ନିର୍ବାଚିତ

18/03/2020 at 4:11 PM

ଭୁବନେଶ୍ବର ୧୮।୩: ନିର୍ବାଚନ ପୂର୍ବରୁ ବିଜେଡିର ୪ ପ୍ରାର୍ଥୀ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ ହୋଇଛନ୍ତି । ବିଜୟୀ ହୋଇଥିବା ବିଜେଡିର ୪ ପ୍ରାର୍ଥୀ ହେଉଛନ୍ତି ସୁବାସ ସିଂ, ମୁନା ଖାଁ, ସୁଜିତ କୁମାର ଓ ମମତା ମହାନ୍ତ । ରିଟର୍ଣ୍ଣିଂ ଅଫିସର ୪ ଜଣଙ୍କ ନାଁ ଘୋଷଣା କରିଛନ୍ତି ।

ଓଡିଶାର ଖାଲି ପଡିଥିବା ୪ ରାଜ୍ୟସଭା ଆସନ ପାଇଁ ବିଜେଡିର ୪ଜଣ ପ୍ରାର୍ଥୀପତ୍ର ଦାଖଲ କରିଥିଲେ । ତେବେ ବିରୋଧୀ କଂଗ୍ରେସ ଏବଂ ବିଜେପି କୌଣସି ପ୍ରାର୍ଥୀ ଦେଇନଥିଲେ । ବିଜେପି ପାଖରେ ଆବଶ୍ୟକୀୟ ସଂଖ୍ୟା ନଥିବାରୁ ପ୍ରାର୍ଥୀ ନ ଦେବା ପାଇଁ ଦଳ ପକ୍ଷରୁ ନିଷ୍ପତ୍ତି ହୋଇଥିବା ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ କହିଥିଲେ । ତେବେ ପ୍ରାର୍ଥୀ ପତ୍ର ପ୍ରତ୍ୟାହାରର ଆଜି ଶେଷ ତାରିଖ ରହିଥିବା ବେଳେ ରିଟର୍ଣ୍ଣିଂ ଅଫିସର ବିଜେଡିର ୪ପ୍ରାର୍ଥୀଙ୍କ ନାଁ ଘୋଷଣା କରିଥିଲେ ।

ସୂଚନାଯୋଗ୍ୟ ଯେ, ଓଡ଼ିଶାରୁ ଖାଲି ହେଉଥିବା ୪ଟି ରାଜ୍ୟସଭା ଆସନ ସମେତ ୧୭ଟି ରାଜ୍ୟର ୫୫ଟି ଆସନ ପାଇଁ ମାର୍ଚ୍ଚ ୨୬ ତାରିଖରେ ଭୋଟ୍ ଗ୍ରହଣ ହେବ । ତେବେ ଓଡିଶାର ୪ ପ୍ରାର୍ଥୀ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେବା ପରେ ଓଡିଶା ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବନାହିଁ ।

   Related Posts