ଭୁବନେଶ୍ୱର ୩୦।୧୦ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୩୭୪ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୨୯ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
wp:html/wp:htmlDetails of cases confirmed as death due to Covid-19, after due completion of death audit process:
— H & FW Dept Odisha (@HFWOdisha) October 30, 2021
1.A 55 years old Male of Bhubaneswar who was also suffering from Rheumatoid arthritis.
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ନୟାଗଡ଼ ଓ କଟକ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୦୯୬୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୩୮୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୨୮୨୦୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୯୨୪୬୬୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।