ଭୁବନେଶ୍ୱର ୧୦।୧୧ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୩୮୭ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୬୮ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
wp:html/wp:htmlDetails of cases confirmed as death due to Covid-19, after due completion of death audit process:
— H & FW Dept Odisha (@HFWOdisha) November 10, 2021
1.A 83 years old Male of Balasore District.
2.A 83 years old Male of Bhubaneswar who was also suffering from Diabetes Mellitus, Hypertension & Psychiatry Disorder.
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ରହିଥିବା ବେଳେ ବାଲେଶ୍ୱର ଜିଲ୍ଲାରୁ ଜଣେ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୪୪୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୯୮୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୩୦୨୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୨୫୮୮୭୦୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।