Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • LICର ଏମ୍‌ଡି ହେଲେ ଓଡ଼ିଆ ପୁଅ ସିଦ୍ଧାର୍ଥ ମହାନ୍ତି, ଫେବୃଆରୀ ୧ରୁ ସମ୍ଭାଳିବେ ଦାୟିତ୍ବ
  • ||
  • ଜାନୁଆରୀ ୨୭, ସକାଳେ ଜେଲ୍‌ରୁ ମୁକୁଳିପାରନ୍ତି ଭି.କେ. ଶଶିକଳା
  • ||
  • ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ଖୋଲିଵାକୁ ସରକାରଙ୍କ ନିଷ୍ପତ୍ତି
  • ||
  • କଟକ:କାଲିଠାରୁ ଖୋଲିଵ ନେତାଜୀ ସଂଗ୍ରହାଳୟ
  • ||
  • ରାଇରଙ୍ଗପୁର: ଗୋରୁମହିଷାଣି ପୋଲିସର ସଡକ ସୁରକ୍ଷା ସଚେତନ କାର୍ଯ୍ୟକ୍ରମ, ସାମିଲ ଥିଲେ ସ୍ଥାନୀୟ ଲୋକେ
  • ||
  • ବଲାଙ୍ଗୀର: ପୁଣି ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ, ଗଡିଲା ଶହ ଶହ ପଶୁ-ପକ୍ଷୀଙ୍କ ମୁଣ୍ଡ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ୨ୟ ପର୍ଯ୍ୟାୟ କୋଭିଡ ଟିକା: ସ୍ପାଇସ୍ ଜେଟ୍‌ରେ ଆସିଲା ଟିକା
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଭାରତର ଐତିହାସିକ ବିଜୟ, ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ମାଲକାନଗିରି : ସୀମାନ୍ତରେ ଏନ୍‌କାଉଣ୍ଟର, ୧୦ରୁ ଅଧିକ ମାଓ କ୍ୟାମ୍ପ ଧ୍ୱଂସ
  • ||
  • ସମ୍ବଲପୁର : ଫୋକସ୍‌ରେ ପଶ୍ଚିମ ଓଡିଶା, ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ
  • ||

ଯାତ୍ରୀବାହୀ ବସ୍‌କୁ ଧକ୍କା ଦେଲା ଟ୍ରେଲର ; ୪ ମୃତ, ୬ ଗୁରୁତର

28/06/2019 at 7:58 AM

ବେତନଟୀ   ୨୮|୬:  ୧୮ ନମ୍ବର ଜାତୀୟ ରାଜପଥର ହନୁମାନ ମନ୍ଦିର ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ଯାତ୍ରୀବାହୀ ବସ୍ କୁ ଧକ୍କା ଦେଇଛି ଟ୍ରେଲର । ଦୁର୍ଘଟଣା ଫଳରେ ଘଟଣାସ୍ଥଳରେ ଜଣେ ମହିଳାଙ୍କ ସମେତ ୪ ଜଣଙ୍କର ମୃତ୍ୟୁ ହୋଇଛି ।

ସୂଚନାଯୋଗ୍ୟ ଯେ, ରାତି ପ୍ରାୟ ୧୨ଟା ସମୟରେ ବାଲେଶ୍ବରରୁ ବାରିପଦା ଅଭିମୁଖେ ଓଡି-୦୧ଜେ-୨୨୧୨ ନମ୍ବର ବିଶିଷ୍ଟ ମା ମଙ୍ଗଳା (କଲ୍ପନା) ନାମକ ଯାତ୍ରୀବାହୀ ବସକୁ ବୈଶିଙ୍ଗା ଥାନା ଅନ୍ତର୍ଗତ  ହନୁମାନ ମନ୍ଦିର ନିକଟରେ ଅପର ପଟୁ ଆସୁଥିବା ଏକ ଟ୍ରେଲର ବସର ଡାହାଣ ପାର୍ଶ୍ବରେ ଧକ୍କା ଦେଇଥିଲା । ଟ୍ରଲରର ଡଲା ବାହାରକୁ ବାହାରିଥିବା ଲୁହା ବସର ଡାହାଣ ପାର୍ଶ୍ବରେ ବାଜିଥିଲା, ଯାହାଫଳରେ ବସର ଡାହାଣ ପାର୍ଶ୍ବରେ ବସିଥିବା ଯାତ୍ରୀମାନଙ୍କ ମଧ୍ୟରୁ ଜଣେ ମହିଳାଙ୍କ ସମେତ ଚାରି ଜଣଙ୍କର ବସ୍ ଭିତରେ ହିଁ ମୃତ୍ୟୁ ହେବା ସହ ଛଅ ଜଣଙ୍କର ଅବସ୍ଥା ଗୁରୁତର ରହିଛି ।

ଘଟଣାସ୍ଥଳରେ ବୈଶିଙ୍ଗା ଓ ବେତନଟୀ ପୋଲିସ ସହ ବେତନଟୀ ଅଗ୍ନିଶମ ବିଭାଗ ପହଞ୍ଚି ଆହତଙ୍କୁ ଉଦ୍ଧାର କରିବା ସହ ଗୁରୁତରଙ୍କୁ ଚିକିତ୍ସା ପାଇଁ ୧୦୮ ଆମ୍ବୁଲାନ୍ସ ଯୋଗେ ପ୍ରଥମେ  ବେତନଟୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇ ଥିଲା । ଅବସ୍ଥା ଗୁରୁତର ଥିବାରୁ ବେତନଟୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ବାରିପଦାକୁ ସ୍ଥାନାନ୍ତର କରାଯାଇଛି ।

   Related Posts