Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

ସିରିଜ୍ ଦୁର୍ଘଟଣା : ବାଣୀବିହାରରେ ବାଇକ୍‌କୁ ଧକ୍କା ଦେଇ ଫାୟାରଷ୍ଟେସନରେ ୩ଟି କାର୍‌କୁ ପିଟିଲା ଇନୋଭା, ୪ ଆହତ

24/02/2021 at 12:55 PM

ଭୁବନେଶ୍ବର ୨୪।୨: ରାଜଧାନୀରେ ସିରିଜ୍ ଦୁର୍ଘଟଣା । ଗୋଟିଏ ବାଇକ୍ ଓ ୩ଟି କାର କୁ ଧକ୍କା ଦେଲା ଇନୋଭା । ଦୁର୍ଘଟଣାରେ ୪ ଜଣ ଆହତ ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ଭୁବନେଶ୍ବର ସ୍ଥିତ ବାଣୀବିହାର ନିକଟରେ ଓଭରବ୍ରିଜ୍ ଉପରେ ପ୍ରଥମେ ଏକ ବାଇକ୍ କୁ ଧକ୍କା ଦେଲା ଇନୋଭା କାର୍ । ପରେ ସେହି ଇନୋଭାଟି ଫାୟାରଷ୍ଟେସନ ନିକଟ ଓଭର ବ୍ରିଜ୍ ଉପରେ ଏକାସଙ୍ଗେ ୩ଟି କାର୍ କୁ ଧକ୍କା ଦେଇଥିବା ଜଣାପଡିଛି । ଏହି ସିରିଜ୍ ଦୁର୍ଘଟଣା ଫଳରେ ୪ ଜଣ ଆହତ ହୋଇଥିବା ବେଳେ ୪ ଗାଡି କ୍ଷତିଗ୍ରସ୍ତ ହୋଇଛି । ତେବେ ଇନୋଭା ଚଲାଉଥିବା ଡ୍ରାଇଭର ଜଣଙ୍କ ମଦ୍ୟପାନ କରି ଗାଡି ଚଲାଉଥିବା ସୂଚନା ମିଳିଛି ।

ଖବର ପାଇ ଘଟଣାସ୍ଥଳରେ ପୋଲିସ ଓ ଫାୟାରସର୍ଭିସ୍ କର୍ମଚାରୀ ପହଞ୍ଚି ଆହତ ଲୋକଙ୍କୁ ମେଡିକାଲ଼କୁ ପଠାଇଛନ୍ତି । ଦୁର୍ଘଟଣାରେ କ୍ଷତିଗ୍ରସ୍ତ ହୋଇଥିବା ଗାଡିଗୁଡିକୁ ପୋଲିସ ଜବତ କରିବା ସହ ଚାଳକଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି ।

   Related Posts