ଲଙ୍କାଗଡ଼ ଜଙ୍ଗଲରେ ମାଓବାଦୀ-ସିଆରପିଏଫ ଗୁଳିବିନିମୟ, ଫାୟାରିଂରେ ୪ ମାଓବାଦୀ ନିହତ !

Published By : Prameya-News7 Bureau | September 09, 2020 IST

କଳାହାଣ୍ଡି ୦୯।୦୯: ସୀମାନ୍ତରେ ପୁଣି ମାଓବାଦୀ-ସିଆରପିଏଫ୍‌ ଯବାନଙ୍କ ମଧ୍ୟରେ ଗୁଳିବିନିମୟ । କଳାହାଣ୍ଡି-କନ୍ଧମାଳ ସୀମାନ୍ତ ଲଙ୍କାଗଡ଼ ଜଙ୍ଗଲରେ ମାଓବାଦୀ-ସିଆର୍‌ପିଏଫ୍‌ ଯବାନଙ୍କ ମଧ୍ୟରେ ଗୁଳିବିନମୟ ହୋଇଛି । ଗୁଳିବିନମୟରେ ୪ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି ।

ଖବରଅନୁଯାୟୀ, କଳାହାଣ୍ଡି- କନ୍ଧମାଳ ସୀମାନ୍ତ ଲଙ୍କାଗଡ଼ ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ କୁମ୍ବିଂ ଅପରେସନ ଚାଲିଥିଲା । ନିକଟରେ କିଛି ମାଓବାଦୀ ଲୁଚି ରହିଥିବାର ଖବର ମିଳିଥିଲା । ତେବେ ସୁରକ୍ଷାକର୍ମୀଙ୍କୁ ଦେଖି ମାଓବାଦୀମାନେ ଗୁଳିଚାଳନା ଆରମ୍ଭ କରିଥିଲେ । କିନ୍ତୁ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଜୋରଦାର ଜବାବ୍‌ ଦିଆଯାଇଥିଲା । ଯାହାପରେ ଆତଙ୍କବାଦୀ-ସିଆର୍‌ପିଏଫ୍‌ ଯବାନଙ୍କ ମଧ୍ୟରେ କିଛି ସମୟ ଧରି ଗୁଳି ଚାଳନା ଜାରି ରହିଥିଲା । ତେବେ ସୁରକ୍ଷାକର୍ମୀଙ୍କ ଗୁଳିରେ ୪ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ସୁରକ୍ଷାକର୍ମୀଙ୍କ ପକ୍ଷରୁ ଗୁଳିବିନିମୟ ପରେ ଘଟଣାସ୍ଥଳରୁ ଛତ୍ରଭଙ୍ଗ ଦେଇଛନ୍ତି ମାଓବାଦୀ । ଘଟଣାସ୍ଥଳରେ ସିଆରପିଏଫ ପକ୍ଷରୁ ସର୍ଚ୍ଚ ଅପରେସନ କରାଯାଉଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.