ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍, ୪ ମୃତ

Published By : Prameya-News7 Bureau | July 03, 2020 IST

ଲମତାପୁଟ ୩।୭: କୋରାପୁଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ବାଇକ୍‌ ଦୁର୍ଘଟଣାରେ ୪ ନାବାଳକ ମୃତ୍ୟୁ ହୋଇଛି । ଭାରସାମ୍ୟ ହରାଇ ଗଛରେ ପିଟିହୋଇ ବାଇକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । କୋରାପୁଟ ଜିଲ୍ଲା ପାଡୁଆ ଆଇଜି ନିକଟରେ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି ।

{"id":295105,"sizeSlug":"large"}

ସୂଚନାଯୋଗ୍ୟ ଯେ, ଗୁରୁବାର ବିଳମ୍ବିତ ରାତିରେ ଘରକୁ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରୁ ୪ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକଙ୍କ ପରିଚୟ ମିଳିନାହିଁ । ତେବେ ସମସ୍ତେ ସ୍ଥାନୀୟ ଅଞ୍ଚଳର ହୋଇଥିବା ସୂଚନା ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.