ଭୁବନେଶ୍ୱର ନାଲ୍‌କୋ ଛକରେ କାର୍‌କୁ ପିଟିଲା କାର୍‌ , ୪ ମୃତ

Published By : Prameya-News7 Bureau | August 27, 2020 IST

ଭୁବନେଶ୍ୱର ୨୭।୦୮: ଭୁବନେଶ୍ୱର ନାଲକୋ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ଥିବା ଜଣାପଡିଛି । ସମସ୍ତ ଗୁରୁତରଙ୍କୁ ମେଡିକାଲରେ ଚିକିତ୍ସାଲାଗି ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି କାର୍‌କୁ ଜବତ କରିଛି ।

{"id":320711,"sizeSlug":"large"}

ସୂଚନାଯୋଗ୍ୟ ଯେ, ବୁଧବାର ବିଳମ୍ବିତ ଭୁବନେଶ୍ୱରର ଜଳଗହଳିପୂର୍ଣ୍ଣ ନାଲକୋ ଛକରେ ଦୁଇଟି କାର୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଯାହାଫଳରେ କି କାର୍‌ରେ ଥିବା ୪ଜଣଙ୍କ ମୃତ୍ୟୁ ହୋଇଯାଇଛି । ସେହିପରି ଅନ୍ୟ ୨ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି ।

{"id":320712,"sizeSlug":"large"}

ତେବେ ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନାହିଁ । ଦୁର୍ଘଟଣାର ଖବର ପାଇଁ ଚନ୍ଦ୍ରଶେଖରପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି କାର୍‌ ଦୁଇଟିକୁ ଜବତ କରିଛି । ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ମୃତଦେହ ଏବେ କ୍ୟାପିଟାଲ ହସ୍ପିଟାଲରେ ରଖାଯାଇଛି । ତେବେ କିଭଳି ପରିସ୍ଥିତିରେ ଦୁଇଟି କାର୍‌ ମଧ୍ୟରେ ଧକ୍କା ହେଲା ତାହା ବର୍ତ୍ତମାନ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ଦୁର୍ଘଟଣାଗ୍ରସ୍ଥ ହୋଇଥିବା ୨ଟି କାର୍‌ର ନମ୍ବର ଯଥାକ୍ରମେ OD-02-AA-8100 ଓ OD-33-Y-3649 ରହିଛି । ଦୁର୍ଘଟଣାରେ ଦୁଇଟି କାର୍‌ଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.