ପୁଣି ଲଜ୍ଜା : ୪ ବର୍ଷର ଶିଶୁକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତ ଅଟକ

Published By : Prameya-News7 Bureau | February 23, 2020 IST

ଭଦ୍ରକ ୨୩।୨: ପୁଣି ଲଜ୍ଜା । ୪ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗ । ଅଭିଯୁକ୍ତକୁ ଥାନାରେ ଅଟକ ରଖିଛି ପୋଲିସ । ଭଦ୍ରକ ଜିଲ୍ଲା ନାଇକାଣିଡିହି ଥାନା ଅଞ୍ଚଳରେ ଘଟିଛି ଏଭଳି ଅଭାବନୀୟ ଘଟଣା ।

ସୂଚନାଯୋଗ୍ୟ ଯେ, ଭଦ୍ରକ ଜିଲ୍ଲା ନାଇକାଣିଡିହି ଥାନା ଅଞ୍ଚଳରେ ରବିବାର ସକାଳୁ ଶିଶୁ କନ୍ୟା ଦାଣ୍ଡରେ ଖେଳୁଥିବା ବେଳେ ଅଭିଯୁକ୍ତ ତାଙ୍କୁ ଚକୋଲେଟ୍ ଓ ଅଙ୍ଗୁର ଦେଇ ଘରକୁ ଡାକି ନେଇଥିଲେ । ସେଠାରେ ତାଙ୍କ ସହ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଗୁରୁତର ଶିଶୁ କନ୍ୟାଙ୍କୁ ବାସୁଦେବପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଅଭିଯୋଗ ପାଇବା ପରେ ଅଭିଯୁକ୍ତକୁ ଅଟକ ରଖି ପୋଲିସ ଅଧିକ ତଦନ୍ତ ଜାରି ରଖିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.