Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ବିଶିଷ୍ଟ ଗାନ୍ଧିବାଦୀ ସ୍ବାଧୀନତା ସଂଗ୍ରାମୀ ଦୋଳଗୋବିନ୍ଦ ପ୍ରଧାନଙ୍କ ପରଲୋକ

17/09/2018 at 9:25 AM

ଭୁବନେଶ୍ବର ୧୭|୯: ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ତଥା ରାଜନେତା ଦୋଳଗୋବିନ୍ଦ ପ୍ରଧାନଙ୍କ ପରଲୋକ ହୋଇଛି । ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ବର ସ୍ଥିତ ବାସଭବନରେ ତାଙ୍କ ର ଦେହାନ୍ତ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୯୩ ବର୍ଷ ବୟସ ହୋଇଥିଲା ।

ସେ ୧୯୨୯ ମସିହା ଜୁନ୍ ୨୮ତାରିଖରେ ଜନ୍ମଗ୍ରହଣ କରିଥିଲେ । ୧୯୮୦ ରୁ ୧୯୯୦ ପର୍ଯ୍ୟନ୍ତ ସେ କଟକ ସଦରରୁ ୨ ଥର ବିଧାୟକ ହୋଇଥିଲେ । ୧୯୮୯ ରୁ ୧୯୯୦ ପର୍ଯ୍ୟନ୍ତ ସେ ନଗର ଉନ୍ନୟନ ମନ୍ତ୍ରୀ ଥିଲେ । ସେ ମହାତ୍ମା ଗାନ୍ଧିଙ୍କ ଡାକରାରେ ଭାରତଛାଡ ଆନ୍ଦୋଳନରେ ସାମିଲ ହୋଇଥିଲେ । ୧୪ ବର୍ଷ ବୟସରେ ଭାରତ ଛାଡ ଆନ୍ଦୋଳନରେ ସାମିଲ ହୋଇ ୧୯୪୨ରୁ ୧୯୪୫ ପର୍ଯ୍ୟନ୍ତ ଜେଲ୍ ବରଣ କରିଥିଲେ ।

ଏଥିସହ ସେ ବହୁ ପୁସ୍ତକ ମଧ୍ୟ ରଚନା କରିଛନ୍ତି । ଗାନ୍ଧି କଥା ଏବଂ ଭାଗବତର ପଦ୍ୟାନୁବାଦ ଆଦି ବହୁ ସାହିତ୍ୟକୃତିର ସେ ଶ୍ରଷ୍ଠା ।ତାଙ୍କ ଶେଷ ଇଚ୍ଛା ଅନୁସାରେ କଟକର ଡିହସାହିଠାରେ ଆଜି ତାଙ୍କର ଶେଷକୃତ୍ୟ ସଂପନ୍ନ ହେବ । ତାଙ୍କ ବିୟୋଗ ଖବର ପ୍ରଚାରିତ ହେବା ପରେ ବହୁ ରାଜନେତା ଓ ବିଶିଷ୍ଟ ବ୍ୟକ୍ତି ତାଙ୍କ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।

   Related Posts